ବସ ଭଡ଼ା ନିର୍ଦ୍ଧାରିତ ଦରଠାରୁ ଅଧିକ ନେବାରୁ ଅସନ୍ତୋଷ: ଆନ୍ଦୋଳନ ପାଇଁ ଚେତାବନୀ

ଦାରିଙ୍ଗବାଡି,୨୧।୯(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଯାତାୟତ କରୁଥିବା ଯାତ୍ରୀବାହୀ ଘରୋଇ ଓ ସରକାରୀ ବସଗୁଡିକର ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ଅଭିଯୋଗ ହୋଇଛି। ସରକାରଙ୍କ ନିର୍ଦ୍ଧାରିତ ଦର ଠାରୁ ଅଧିକ ଅର୍ଥ ଯାତ୍ରୀମାନଙ୍କଠାରୁ ସଂଗ୍ରହ କରାଯାଉଥିବା ନେଇ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇଛି। ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବାକୁ ଅଞ୍ଚଳରେ ବିଭିନ୍ନ ଲୋକ ସଂଗଠନ ଗୁଡିକ ଏକତ୍ରିତ ହେଉଛନ୍ତି। ଏନେଇ କୁଇ ସମାଜର ପରାମର୍ଶଦାତା ଘେନେଶ୍ୱର ପ୍ରଧାନ ଉଦବେଗ ପ୍ରକାଶ କରିବା ସହ ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି। ସେ ଅଭିଯୋଗ କରି କହିଛନ୍ତି ଯେ, ଦାରିଙ୍ଗବାଡିଠାରୁ ସିମନବାଡି ମାତ୍ର ୧୨ କିମି ଦୂରତା ରହିଥିବା ବେଳେ ଯାତ୍ରୀଙ୍କଠାରୁ ଟିକେଟ ବାବଦରେ ୨୦ ଟଙ୍କା ନିଆଯାଉଥିବା ବେଳେ ସିମନବାଡିଠାରୁ ରାଇକିଆ ମାତ୍ର ୨୪ କିମି ରାସ୍ତାକୁ ୪୦ ଓ ସିମନବାଡିରୁ ବାଲିଗୁଡା ୩୭ କିମିକୁ ୫୦ ଟଙ୍କା ପର୍ଯ୍ୟନ୍ତ ବସ ମାଲିକମାନେ ଟିକେଟ ସଂଗ୍ରହ କରୁଛନ୍ତି। ଏହାର ସଠିକ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଅଞ୍ଚଳର ଶ୍ୟାମସେନ ଦିଗାଲ କହିଛନ୍ତି ଯେ, ଟିକେଟ ବାବଦକୁ ଅର୍ଥ ଅଧିକ ନେବା ସହ ଟିକେଟ ପ୍ରଦାନ କରୁନାହାନ୍ତି। ଫଳରେ ଆମେ ରାଜରାସ୍ତାକୁ ଓଲ୍ହାଇବାକୁ ବାଧ୍ୟ ହେବୁ ବୋଲି ସେ ଚେତାବନୀ ଦେଇଛନ୍ତି। ଏନେଇ ସେମାନେ ଆନ୍ଦୋଳନ କରିବା ପୂର୍ବରୁ ଆଞ୍ଚଳିକ ପାରିବହନ ବିଭାଗ ଅଧିକାରୀ ଶିଶିର କୁମାର ସାହୁଙ୍କ ସହ ଫୋନରେ ଅଭିଯୋଗ କରିଥିବା କହିଛନ୍ତି। ଏନେଇ ଆଞ୍ଚଳିକ ପରିବହନ ବିଭାଗ ଅଧିକାରୀ ଶିଶିର କୁମାର ସାହୁଙ୍କୁ ପଚାରିବୁଝିବାରୁ ସେ କହିଛନ୍ତି ଯେ, ଏଭଳି ଅଭିଯୋଗ ଆସିଛି। ସେ ଏନେଇ ବସ ମାଲିକ ସଙ୍ଘକୁ ଚିଠି କରିବା ସହ ଘଟଣାର ତଦନ୍ତ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri