ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍‌କୁ ନେଇ ଅସନ୍ତୋଷ

କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍‌ ରସିଦ୍‌ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ମନ୍ତ୍ରୀ, ବିଭାଗୀୟ ସଚିବ, ଶିକ୍ଷା ନିର୍ଦ୍ଦେଶକ, ପୁରୀ ଜିଲାପାଳ, ପୁରୀ ଉପଜିଲାପାଳ ଓ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରାଯାଇଥିଲା। ଏହି ଘଟଣାକୁ ନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଏକ ୫ଜଣିଆ କମିଟି ଗଠନ କରି ଏହାର ତଦନ୍ତ କରିବା ସହ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ହୋଇଥିବା ନେଇ ଉଚ୍ଚଶିକ୍ଷା ବିଭାଗକୁ ସମ୍ପୃକ୍ତ ପୂର୍ବତନ ମହିଳା କିରାଣିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅବଗତ କରାଇଥିଲେ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ମନୋରଞ୍ଜନ ନାୟକଙ୍କ ନିର୍ଦ୍ଦେଶରେ ଜୁନ୍‌ ୯ର ଦୁଇଜଣିଆ ଅଡିଟ୍‌ ଟିମ୍‌ ଭଗବତୀ ମହାବିଦ୍ୟାଳୟକୁ ଆସି ଅଡିଟ୍‌ କରିଥିଲେ। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଅଡିଟ୍‌ ୭ ଦିନ ମଧ୍ୟରେ ଶେଷ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। ମାତ୍ର ଅଡିଟ୍‌ ଟିମ୍‌ ଦୀର୍ଘ ୧ମାସ ୪ଦିନ ଧରି ଅଡିଟ୍‌ କରିବା ପରେ ୨୫ଲକ୍ଷ ଟଙ୍କା ହରିଲୁଟ୍‌ ହୋଇଥିବା ଜାଣିବା ପରେ ମଧ୍ୟ ଏହି ଘଟଣାରେ ସମ୍ପୃକ୍ତ କିରାଣିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ବଦଳରେ ହରିଲୁଟ୍‌ ଅର୍ଥ ୧୫ଦିନ ମଧ୍ୟରେ କଲେଜ ଆକାଉଣ୍ଟରେ ଜମା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ନିରପେକ୍ଷ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ବିଭାଗୀୟ ମନ୍ତ୍ରୀ, ବିଭାଗୀୟ ସଚିବ, ପୁରୀ ଜିଲାପାଳଙ୍କୁ ଟୁଇଟ୍‌଼ କରି ସ୍ଥାନୀୟ ଖବରଦାତା ଭାଗୀରଥି ସ୍ବାଇଁ ଅନୁରୋଧ କରିଥିଲେ। ଏହି ଅଭିଯୋଗ ଆଧାରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉଚ୍ଚଶିକ୍ଷା ବିଭାଗକୁ ଯୁଦ୍ଧକାଳୀନ ଭିତ୍ତିରେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଡିଟ୍‌ ଟିମ୍‌ ୭ଦିନ ମଧ୍ୟରେ ଅଡିଟ୍‌ ଶେଷ କରିବା ପାଇଁ ବିଭାଗୀୟ ଅତିରିକ୍ତ ଶାସନ ସଚିବଙ୍କ ତାଗିଦ ଥିବା ବେଳେ ଏହା ୧ମାସ ୪ଦିନ ସମୟ ଲାଗିବା କେତେଦୂର ସମୀଚୀନ ତାହା କଲେଜର ପୁରାତନ ଓ ଅଧ୍ୟୟନରତ ଛାତ୍ରୀଛାତ୍ର, ବୁଦ୍ଧିଜୀବୀ, ଶିକ୍ଷାବିତ୍‌ଙ୍କ ପକ୍ଷରୁ ଅଡିଟ୍‌ ଟିମ୍‌ର କାର୍ଯ୍ୟଶୈଳୀ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri