ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ଅଡିଟ୍‌କୁ ନେଇ ଅସନ୍ତୋଷ

କୋଣାର୍କ,୧୬।୭(ଜ୍ୟୋତିରାଜ ମହାନ୍ତି)କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ୨୦୧୭ରୁ ୨୦୨୨ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟରତ ପୂର୍ବତନ ମହିଳା କିରାଣି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କଠାରୁ ଜାଲ୍‌ ରସିଦ୍‌ ମାଧ୍ୟମରେ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ଘଟଣାରେ କଲେଜର ପୁରାତନ ଛାତ୍ର ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭାଗୀୟ ମନ୍ତ୍ରୀ, ବିଭାଗୀୟ ସଚିବ, ଶିକ୍ଷା ନିର୍ଦ୍ଦେଶକ, ପୁରୀ ଜିଲାପାଳ, ପୁରୀ ଉପଜିଲାପାଳ ଓ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଲିଖିତ ଅଭିଯୋଗ କରାଯାଇଥିଲା। ଏହି ଘଟଣାକୁ ନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଏକ ୫ଜଣିଆ କମିଟି ଗଠନ କରି ଏହାର ତଦନ୍ତ କରିବା ସହ ୨୩ ଲକ୍ଷ ଟଙ୍କା ହରିଲୁଟ୍‌ ହୋଇଥିବା ନେଇ ଉଚ୍ଚଶିକ୍ଷା ବିଭାଗକୁ ସମ୍ପୃକ୍ତ ପୂର୍ବତନ ମହିଳା କିରାଣିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅବଗତ କରାଇଥିଲେ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ମନୋରଞ୍ଜନ ନାୟକଙ୍କ ନିର୍ଦ୍ଦେଶରେ ଜୁନ୍‌ ୯ର ଦୁଇଜଣିଆ ଅଡିଟ୍‌ ଟିମ୍‌ ଭଗବତୀ ମହାବିଦ୍ୟାଳୟକୁ ଆସି ଅଡିଟ୍‌ କରିଥିଲେ। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଅଡିଟ୍‌ ୭ ଦିନ ମଧ୍ୟରେ ଶେଷ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। ମାତ୍ର ଅଡିଟ୍‌ ଟିମ୍‌ ଦୀର୍ଘ ୧ମାସ ୪ଦିନ ଧରି ଅଡିଟ୍‌ କରିବା ପରେ ୨୫ଲକ୍ଷ ଟଙ୍କା ହରିଲୁଟ୍‌ ହୋଇଥିବା ଜାଣିବା ପରେ ମଧ୍ୟ ଏହି ଘଟଣାରେ ସମ୍ପୃକ୍ତ କିରାଣିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ବଦଳରେ ହରିଲୁଟ୍‌ ଅର୍ଥ ୧୫ଦିନ ମଧ୍ୟରେ କଲେଜ ଆକାଉଣ୍ଟରେ ଜମା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ନିରପେକ୍ଷ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ବିଭାଗୀୟ ମନ୍ତ୍ରୀ, ବିଭାଗୀୟ ସଚିବ, ପୁରୀ ଜିଲାପାଳଙ୍କୁ ଟୁଇଟ୍‌଼ କରି ସ୍ଥାନୀୟ ଖବରଦାତା ଭାଗୀରଥି ସ୍ବାଇଁ ଅନୁରୋଧ କରିଥିଲେ। ଏହି ଅଭିଯୋଗ ଆଧାରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉଚ୍ଚଶିକ୍ଷା ବିଭାଗକୁ ଯୁଦ୍ଧକାଳୀନ ଭିତ୍ତିରେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସ୍ବତନ୍ତ୍ର ଅଡିଟ୍‌ ଟିମ୍‌ ୭ଦିନ ମଧ୍ୟରେ ଅଡିଟ୍‌ ଶେଷ କରିବା ପାଇଁ ବିଭାଗୀୟ ଅତିରିକ୍ତ ଶାସନ ସଚିବଙ୍କ ତାଗିଦ ଥିବା ବେଳେ ଏହା ୧ମାସ ୪ଦିନ ସମୟ ଲାଗିବା କେତେଦୂର ସମୀଚୀନ ତାହା କଲେଜର ପୁରାତନ ଓ ଅଧ୍ୟୟନରତ ଛାତ୍ରୀଛାତ୍ର, ବୁଦ୍ଧିଜୀବୀ, ଶିକ୍ଷାବିତ୍‌ଙ୍କ ପକ୍ଷରୁ ଅଡିଟ୍‌ ଟିମ୍‌ର କାର୍ଯ୍ୟଶୈଳୀ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri