ଦିନକରେ ୨ ସ୍ଥାନରେ କେନ୍ଦ୍ରକୁ ନେଇ ଅସନ୍ତୋଷ

କଟକ,୨୫।୬( ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କିଛି ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ ଏକ ସ୍ଥାନରେ ଦେବା ପାଇଁ ସ୍ଥିର ହୋଇଛି। ଗୋଟିଏ ଦିନରେ ଦୁଇଟି ଭିନ୍ନ ସ୍ଥାନରେ କିପରି ପରୀକ୍ଷା ଦେବେ ତାହାକୁ ନେଇ ପରୀକ୍ଷାର୍ଥୀମାନେ ଚିନ୍ତାରେ ପଡିଛନ୍ତି। ତେବେ ପରୀକ୍ଷାର୍ଥୀମାନେ ସେମାନଙ୍କ ସମସ୍ୟା ଜଣାଇବା ପାଇଁ ବୋର୍ଡ ପକ୍ଷରୁ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। କିନ୍ତୁ ଏହି ନମ୍ବରକୁ ଯୋଗାଯୋଗ କଲେ କେହି ଫୋନ୍‌ ଉଠାଉ ନ ଥିବା କେତେଜଣ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଜୁଲାଇ ୧ ତାରିଖ ପୂର୍ବାହ୍ନ ୮ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ପେପର-୧ ଓ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢେ ୨ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲାରେ ପରୀକ୍ଷା କେନ୍ଦ୍ର କରାଯାଇଛି। ଗୋଟିଏ ଦିନରେ ଦୁଇଟି ପେପର ପରୀକ୍ଷା ହେବାକୁ ଥିବାବେଳେ ପରୀକ୍ଷା କେନ୍ଦ୍ରର ସ୍ଥାନ ଭିନ୍ନ ରହିଛି। ଉଦାହରଣ ସ୍ବରୂପ ପେପର-୧ ପରୀକ୍ଷା ପାଇଁ କଟକରେ କେନ୍ଦ୍ର ହୋଇଥିବାବେଳେ ପେପର-୨ ପରୀକ୍ଷା ପାଇଁ ଜଗତ୍‌ସିଂହପୁରରେ କେନ୍ଦ୍ର ହୋଇଛି। ତେଣୁ ଏଭଳି ସ୍ଥିତିରେ ଅନେକ ପରୀକ୍ଷାର୍ଥୀ ପେପର-୨ ପରୀକ୍ଷା ଦେବାରୁ ବଞ୍ଚିତ ହେବା ସମ୍ଭାବନା ରହିଛି। କେତେଜଣ ପରୀକ୍ଷାର୍ଥୀ ଶନିବାର ବୋର୍ଡ କର୍ତ୍ତୃପକ୍ଷଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଜଣାଇଥିଲେ। ଏ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି, ବୋର୍ଡ ଦ୍ୱାରା କୌଣସି ତ୍ରୁଟି ହୋଇନାହିଁ। ଯଦି କୌଣସି ପରୀକ୍ଷାର୍ଥୀ ଉଭୟ ପ୍ରଥମ ଏବଂ ଦ୍ୱିତୀୟ ପତ୍ରରେ ପରୀକ୍ଷା ଦେବାକୁ ଚାହୁଁଛନ୍ତି, ତା’ହେଲେ ସେମାନେ ଫର୍ମପୂରଣ କରିବା ସମୟରେ ଉଭୟ ପତ୍ର ପରୀକ୍ଷାରେ ପଞ୍ଜୀକରଣ ନମ୍ବରକୁ ଦାଖଲ କରିବାର ବ୍ୟବସ୍ଥା ରହିଛି। କିନ୍ତୁ ବହୁ ପରୀକ୍ଷାର୍ଥୀ ପ୍ରଥମ ପତ୍ରର ପଞ୍ଜୀକରଣ ନମ୍ବର ଦେଇଥିବାବେଳେ ସେହି ପଞ୍ଜୀକରଣ ନମ୍ବରକୁ ଦ୍ୱିତୀୟ ପତ୍ର ପରୀକ୍ଷା ଫର୍ମପୂରଣବେଳେ ଦେଇନାହାନ୍ତି। ଯେଉଁଥିପାଇଁ ଭିନ୍ନ ଭିନ୍ନ ପରୀକ୍ଷା କେନ୍ଦ୍ର ସେମାନଙ୍କର ରହିଛି। ଯେଉଁମାନେ ଠିକ୍‌ ଭାବେ ନିୟମାବଳୀ ଅନୁସାରେ ଫର୍ମପୂରଣ କରିଛନ୍ତି, ସେମାନଙ୍କର ଗୋଟିଏ ପରୀକ୍ଷା କେନ୍ଦ୍ର କରାଯାଇଛି। ତେବେ ଏହି ଅସୁବିଧା ପରୀକ୍ଷାର୍ଥୀଙ୍କ ଦ୍ୱାରା ହୋଇଥିବାବେଳେ କିପରି ଦୂର କରାଯାଇପାରିବ ସେଥିପ୍ରତି ଦୃଷ୍ଟି ଦିଆଯାଉଥିବା ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?