ପଞ୍ଚମୁଖୀ ହନୁମାନ ପୀଠ ଭଙ୍ଗାକୁ ନେଇ ଅସନ୍ତୋଷ

ଯୋଡ଼ା, ୧୮।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭୂୟାଁରୋଇଡା ପଞ୍ଚାୟତର କେଥହଟିଂର ଛତାବରୀ ଠାରେ ଆଦିବାସୀଙ୍କ ଦ୍ୱାରା ସ୍ଥାପନ ହୋଇଥିବା ପଞ୍ଚମୁଖୀ ବାବା ହନୁମାନ ପୀଠ ଭଙ୍ଗାକୁ ନେଇ ଉକ୍ତ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ କେଉଁ କାଳରୁ ସୁନାନଦୀ ଅବବାହିକାରେ ଏଠାରେ ହନୁମାନଙ୍କ ପୂଜାର୍ଚ୍ଚନା କରାଯାଉଥିଲା। ଗ୍ରାମବାସୀଙ୍କ ଉଦ୍ୟମକ୍ରମେ ୨୦୧୭ ମସିହା ଠାରୁ ଉକ୍ତ ପୀଠ ପ୍ରତିଷ୍ଠା କରାଯାଇ ବିଦ୍ଧିବଦ୍ଧ ଭାବେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଥିଲା। ଏନେଇ ପୀଠର ଦେହୁରୀ ଜାଉରା ଓରାମ କହିଛନ୍ତି, ହନୁମାନଙ୍କୁ ପୂଜାର୍ଚ୍ଚନା କଲେ ଲୋକଙ୍କ ମଙ୍ଗଳ ହୋଇଥାଏ ଓ ବିଭିନ୍ନ ସମସ୍ୟା ସମାଧାନ ହୋଇଥାଏ ବୋଲି ଗାଁ ଲୋକଙ୍କ ବିଶ୍ୱାସ ରହିଛି ା ଉକ୍ତ ପବିତ୍ର ପୀଠରେ ସ୍ଥାନୀୟ ଏକ ଖଣି କମ୍ପାନୀର ସୁରକ୍ଷା କର୍ମୀ ମାନେ ସଂଘବଦ୍ଧ ହୋଇ ଏଠାକୁ ଆସି ବଳପୂର୍ବକ ଗ୍ରାମବାସୀଙ୍କୁ ଧମକ ଦେଇ ପୀଠକୁ ଅପରିଷ୍କାର କରିବା ସହିତ ଚପଲ ମାଡି ପୀଠ ଭିତରେ ପ୍ରବେଶ କରି ଭଙ୍ଗାରୁଜା କରିଛନ୍ତି। ସୁରକ୍ଷାକର୍ମୀମାନେ ପୀଠରେ ଥିବା ହନୁମାନ ଝଣ୍ଡା, ପୂଜାର୍ଚ୍ଚନା ସାମଗ୍ରୀ, ଘଟ ଉପାଡି ଫୋପାଡି ଦେଇଥିଲେ। ଗ୍ରାମବାସୀଙ୍କ ମଧ୍ୟରେ ରଗଡଦାସ ଓରାମ, ବନବାସୀ ଓରାମ, ବଉଳ ପାତ୍ର, ଧୀରେନ ଓରାମ ପ୍ରମୁଖ କହିଛନ୍ତି, ଗତ ବୁଧବାର ଖଣି କମ୍ପାନୀର ଘରୋଇ ସୁରକ୍ଷା କର୍ମୀ ମାନେ ପୀଠକୁ ଭାଙ୍ଗି ଦେଇଛନ୍ତି। ଯାହାଫଳରେ ତାଙ୍କର ଧର୍ମୀୟ ଭାବନା ଉପରେ ଆଘାତ ଲାଗିଛି। ଆସ୍ଥା ଓ ବିଶ୍ୱାସ ଥିବା ଗ୍ରାମବାସୀଙ୍କ ଏହି ଧର୍ମପୀଠରେ ସମ୍ପୃକ୍ତ ଖଣି କମ୍ପାନୀର କେତେକ ସୁରକ୍ଷା କର୍ମୀ ଶୌଚ କରିଥିବା ମଧ୍ୟ ଅଭିଯୋଗ କରିଛନ୍ତି। ଏନେଇ ପ୍ରଶାସନ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri