ଡାଏଲିସିସ୍‌ ୟୁନିଟ୍‌ ଅଚଳାବସ୍ଥା ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୨୨।୬ – ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଡାଏଲିସିସ୍‌ ୟୁନିଟ୍‌ରେ ଅଚଳାବସ୍ଥା ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ୟୁନିଟ୍‌ରେ ପାଣି ସମସ୍ୟା ଥିବାରୁ ମଙ୍ଗଳବାର ରୋଗୀମାନଙ୍କର ଡାଏଲିସିସ ହୋଇ ପାରି ନ ଥିଲା। ଏନେଇ ରୋଗୀମାନେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଦୁଲାଲସେନ ଜଗଦ୍ଦେବଙ୍କ ଅଫିସ ଆଗରେ ଧାରଣା ଦେଇଥିଲେ।
ଅଭିଯୋଗ ଅନୁଯାୟୀ, ଗତ ଦେଢ଼ମାସ ପୂର୍ବରୁ ଉକ୍ତ ୱାର୍ଡ଼ରେ ପାଣି ସମସ୍ୟା ଦେଖାଦେଇଥିଲା। ଡାଏଲିସିସ ୟୁନିଟ୍‌ର ମ୍ୟାନେଜର ବିସ୍ମିତା ସାହୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଲିଖିତ ଜଣାଇଥିଲେ ମଧ୍ୟ କୌଣସି ସ୍ଥାୟୀ ସମାଧାନ ହୋଇ ନ ଥିଲା। ଗତ ସୋମବାରଠାରୁ ଡାଏଲିସିସ ୟୁନିଟ୍‌ରେ ପାଣି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଫଳରେ ବହୁ ରୋଗୀ ଡାଏଲିସିସ ହୋଇପାରୁ ନାହାନ୍ତି। ମଙ୍ଗଳବାର ପୂର୍ବାହ୍ନ ୭ଟା ୩୦ମିନିଟ୍‌ରୁ ରୋଗୀ ଓ ତାଙ୍କ ସମ୍ପର୍କୀୟ ମିଳିତ ଭାବେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଥିଲେ। ପୂର୍ବାହ୍ନ ୧୧ଟାରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପହଞ୍ଚତ୍ ୟୁନିଟ୍‌ରେ ଦେଖାଦେଇଥିବା ପାଣି ସମସ୍ୟାର ଖୁବ୍‌ଶୀଘ୍ର ସମାଧାନ କରାଯିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟପକ୍ଷରେ ସହକାରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମିଶ୍ର କହିଛନ୍ତି ଯେ, ହସ୍‌ପିଟାଲ ପକ୍ଷରୁ ପାଣି ଯୋଗାଣ ପାଇଁ ଯେଉଁମାନେ ଦାୟିତ୍ୱରେ ଅଛନ୍ତି ସେମାନଙ୍କୁ ଯଥାଶୀଘ୍ର ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ପିଏଚ୍‌ଡ଼ି ବିଭାଗର ଅଧିକାରୀଙ୍କ ସହ କଥା ହୋଇଛୁ। ଯେପରି କୌଣସି ଅସୁବିଧା ହେଲେ ଯେପରି ସିଧାସଳଖ ଭାବେ ପାଣି ଯୋଗାଣ ହୋଇପାରିବ। ସେନେଇ ବ୍ୟବସ୍ଥା କରାଯିବା ସହ କୌଣସି ରୋଗୀ ଡାଏଲିସିସରୁ ବଞ୍ଚତ୍ତ ହେବେ ନାହଁି। ଆବଶ୍ୟକ ପଡ଼ିଲେ ଯେତେ ସମୟ ଲାଗିଲେ ମଧ୍ୟ ସମସ୍ତ ରୋଗୀଙ୍କୁ ସେବା ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri