ଅଧାପନ୍ତରିଆ ରାସ୍ତାକୁ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୩୦।୬-ବାଲେଶ୍ୱର ସହରର ବିଭିନ୍ନ ମୁଖ୍ୟ ରାସ୍ତା ସହ ଅନେକ ରାସ୍ତା ନିର୍ମାଣ ଅଧପନ୍ତରିଆ ଅବସ୍ଥାରେ ରହିଛି। ମରାମତି ଓ ନବୀକରଣ ପାଇଁ ରାସ୍ତାକଡ଼ରେ ବାଲି, ମେଟାଲ, ଚିପ୍ସ ପଡ଼ି ରହୁଥିବାରୁ ଟ୍ରାଫିକ୍‌ ଜାମ୍‌ ଭଳି ପରିସ୍ଥିତି ସୃଷ୍ଟି ହେଉଛି। ସହରବାସୀ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଗତ ୨୦୧୮-୧୯ ଆର୍ଥିକ ବର୍ଷରେ ସହରର ବିଭିନ୍ନ ରାସ୍ତା ନବୀକରଣ ଓ ମରାମତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ ୩୫କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିଲେ। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବିଭିନ୍ନ କାରଣ ଦର୍ଶାଇ ଠିକାଦାର ଉକ୍ତ କାର୍ଯ୍ୟକୁ ସମ୍ପାଦନ ନ କରିବାରୁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ଅନ୍ୟପକ୍ଷରେ ଠିକାଦାରମାନେ ନିମ୍ନମାନର ସାମଗ୍ରୀ ବ୍ୟବହାର କରୁଥିବା ଅଭିଯୋଗ ପାଇବା ପରେ ମଧ୍ୟ ସମ୍ପୃକ୍ତ ବିଭାଗର ଅଧିକାରୀ ଠିକ୍‌ ଭାବେ ତଦାରଖ କରୁ ନ ଥିବା ଅଭିଯୋଗ ହେଉଛି।
ଷ୍ଟେଶନଛକରୁ ପାତ୍ରପଡ଼ା ୪ କି.ମି. ଡ୍ରେନ୍‌, ପିଚୁ ଓ କଂକ୍ରିଟ୍‌ ରାସ୍ତା କାର୍ଯ୍ୟ ସହିତ ଓଟିରୋଡ୍‌ରୁ ଶୋଭାରାମପୁର ଦେଇ ସୁରଜ ହୋଟେଲ ଛକ, ଚିଡ଼ିଆପୋଲରୁ ଦର୍ଜିପୋଖରୀ ଛକ ଭାୟା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଳୟ, ଆଜିମାବାଦରୁ ମଲ୍ଲିକାଶପୁର ଶାନ୍ତିକାନନ ରାସ୍ତା, ଦେୱାନୀପାଟଣାରୁ ପାତ୍ରପଡ଼ା ଭାୟା କନକଦୁର୍ଗା ମନ୍ଦିର, ବୈରାମନଗର ଛକରୁ କାଦ୍ରି ମସଜିଦ୍‌ ଛକ ଓ ଗଡ଼ଗଡ଼ିଆରୁ ପୁରୁଣାବାଲେଶ୍ୱର ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଦୀର୍ଘ ୨ବର୍ଷ ଧରି ଜାରି ରହିଛି। ଅଧିକାଂଶ ରାସ୍ତାର କାର୍ଯ୍ୟ ଅତ୍ୟନ୍ତ ମନ୍ଥର ଗତିରେ ଚାଲିଛି। ସବୁ ରାସ୍ତା ଅଧପନ୍ତରିଆ ଅବସ୍ଥାରେ ଥିବା ବେଳେ ରାସ୍ତାକଡ଼ରେ ନିର୍ମାଣ ସାମଗ୍ରୀ ପଡ଼ିରହିଛି। ସାମଗ୍ରୀଗୁଡ଼ିକ ରାସ୍ତା ଉପରେ ପଡ଼ି ରହିବା ଫଳରେ ଲୋକେ ଯାତାୟାତ କରିବାରେ ନାନା ସମସ୍ୟା ଭୋଗୁଛନ୍ତି। ରାସ୍ତାର ନିର୍ମାଣ କାର୍ଯ୍ୟ ପୂର୍ତ୍ତ ବିଭାଗ ତତ୍ତ୍ୱାବଧାନରେ ଚାଲିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଲୋକଙ୍କ ଆପତ୍ତିକୁ ଭ୍ରୁକ୍ଷେପ କରୁ ନାହାନ୍ତି କି ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ କୌଣସି ପଦକ୍ଷେପ ନେଉନାହାନ୍ତି। ବିଭାଗୀୟ ଉଦାସୀନତା ଯୋଗୁ ଆନ୍ଦୋଳନ ଦାନା ବାନ୍ଧୁଛି।
ଏନେଇ ପୂର୍ତ୍ତବିଭାଗ ନିର୍ବାହୀଯନ୍ତ୍ରୀ ମହେଶ ଚନ୍ଦ୍ର ମହାନ୍ତି କୁହନ୍ତି, ଗତ ସାଧାରଣ ନିର୍ବାଚନ, ‘ଫନୀ’ ବାତ୍ୟା, ଠିକାଦାରଙ୍କ ଆନ୍ଦୋଳନ, ସ୍ଥାନୀୟ ଲୋକଙ୍କ ଜବରଦଖଲ ଉଚ୍ଛେଦଜନିତ ସମସ୍ୟା ସହିତ କରୋନା ମହମାରୀ ସ୍ଥିତିର ଲକ୍‌ଡାଉନ୍‌ ଏବଂ ଶଟ୍‌ଡାଉନ୍‌ ବିଭିନ୍ନ କାରଣ ଯୋଗୁ କାର୍ଯ୍ୟରେ ବିଳମ୍ବ ହେଉଛି। ଉପରୋକ୍ତ କାର୍ଯ୍ୟଗୁଡିକୁ ତ୍ୱରାନ୍ବିତ କରାଯାଉଛି। ଆସନ୍ତା ନଭେମ୍ବର ସୁଦ୍ଧା କାର୍ଯ୍ୟ ସବୁ ସମ୍ପୂର୍ଣ୍ଣ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri