ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ତେବେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶିଶୁ ଉଦ୍ୟାନଗୁଡିକର ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଯୋଗୁ ବନ୍ଦ ରହିଛି। ତେବେ ବିଭିନ୍ନ ୱାର୍ଡରେ ଥିବା ଶିଶୁ ଉଦ୍ୟାନକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବ୍ରହ୍ମପୁର ମହାନଗର ନିଗମ ୪୦ ନଂ. ୱାର୍ଡ ଅନ୍ତର୍ଗତ ଆଙ୍କୁଲି ମୌଜାରେ ଥିବା ଲକ୍ଷ୍ମୀ ନାରାୟଣ ନଗରଠାରେ ବିଡିଏ ପକ୍ଷରୁ ନିର୍ମିତ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ଏହି ପାର୍କଟି ଶ୍ମଶାନ ନିକଟରେ ରହିଛି। ଫଳରେ ପାର୍କ ନିର୍ମାଣ ହେବା ପରଠାରୁ ଛୋଟ ଶିଶୁ କିମ୍ବା ବୟୋଜ୍ୟେଷ୍ଠ ଯିବା ପାଇଁ ଇଚ୍ଛା କରୁନାହାନ୍ତି। ପାର୍କଟି ବ୍ୟବହୃତ ନ ହେବାରୁ ପାର୍କ ମଧ୍ୟରେ ଅନାବନା ଘାସ ଉଠି ରହିଥିଲା। ଫଳରେ ବିଡିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଗତ କିଛି ଦିନ ତଳେ କାର୍ଯ୍ୟ ଜାରି ରହିଥିଲା। ବର୍ତ୍ତମାନ ପାର୍କ ମଧ୍ୟରେ ନୂତନ ଭାବେ ଭଲିବଲ ପିଚ୍‌ ନିର୍ମାଣ କରାଯାଇଛି। ଏଥିସହ ପାର୍କ ପରିସରକୁ ସଫା ସୁତରା ମଧ୍ୟ କରାଯାଇଛି। କିନ୍ତୁ ବର୍ତ୍ତମାନ କାର୍ଯ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି।
ଅନ୍ୟପଟେ ପାର୍କ ନିକଟରେ ଶବ ସଂସ୍କାର ସାଙ୍ଗକୁ ଅନ୍ୟାନ୍ୟ ଶୁଦ୍ଧି କାର୍ଯ୍ୟ ମଧ୍ୟ କରାଯାଉଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି। ଏପରିକି ଶୁଦ୍ଧି କାର୍ଯ୍ୟ ସମୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ପାର୍କ ସମ୍ମୁଖରେ ପଡି ରହୁଛି। ଏହାକୁ ସଫେଇ କରିବା କ୍ଷେତ୍ରରେ କେହି ବି ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି। ଏଥିସହ ପାର୍କ ମଧ୍ୟରେ ଅନେକ ସମୟରେ ବିଷାକ୍ତ ସରୀସୃପ ବିଚରଣ କରୁଥିବାରୁ ଏହାକୁ ନେଇ ମଧ୍ୟ ସ୍ଥାନୀୟ ବାସିନ୍ଦା ଭୟଭୀତ ହେଉଛନ୍ତି। ଏଣୁ ପାର୍କଟିକୁ ଅନ୍ୟତ୍ର ସ୍ଥାନକୁ ସ୍ଥାନାନ୍ତର କରାଗଲେ ସାଧାରଣ ଲୋକଙ୍କ କ୍ଷେତ୍ରରେ ବ୍ୟବହାର ଉପଯୋଗୀ ହୋଇପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଏ ନେଇ ବିଡିଏ ସଚିବ ସମ୍ବିତ ରାଉତଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଯୋଗୁ ବହୁ ପାର୍କର କାର୍ଯ୍ୟ ବନ୍ଦ ରହିଛି। ଆଚରଣ ବିଧି ଉଠିବା ପରେ ପାର୍କର ଉନ୍ନତୀକରଣ କାର୍ଯ୍ୟ ସାଙ୍ଗକୁ ଜନସାଧାରଣଙ୍କ ସମସ୍ୟା ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?