ଶ୍ମଶାନ ନିକଟରେ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ,୧୦ା୩: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହର ବିଭିନ୍ନ ୱାର୍ଡରେ ଥିବା ଖାଲି ସ୍ଥାନ ଗୁଡିକରେ ଶିଶୁ ଉଦ୍ୟାନ ନିର୍ମାଣ କରାଯାଇଛି। ତେବେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶିଶୁ ଉଦ୍ୟାନଗୁଡିକର ପୁନରୁଦ୍ଧାର ଓ ମରାମତି କାର୍ଯ୍ୟ ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଯୋଗୁ ବନ୍ଦ ରହିଛି। ତେବେ ବିଭିନ୍ନ ୱାର୍ଡରେ ଥିବା ଶିଶୁ ଉଦ୍ୟାନକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବ୍ରହ୍ମପୁର ମହାନଗର ନିଗମ ୪୦ ନଂ. ୱାର୍ଡ ଅନ୍ତର୍ଗତ ଆଙ୍କୁଲି ମୌଜାରେ ଥିବା ଲକ୍ଷ୍ମୀ ନାରାୟଣ ନଗରଠାରେ ବିଡିଏ ପକ୍ଷରୁ ନିର୍ମିତ ଶିଶୁ ଉଦ୍ୟାନକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ଏହି ପାର୍କଟି ଶ୍ମଶାନ ନିକଟରେ ରହିଛି। ଫଳରେ ପାର୍କ ନିର୍ମାଣ ହେବା ପରଠାରୁ ଛୋଟ ଶିଶୁ କିମ୍ବା ବୟୋଜ୍ୟେଷ୍ଠ ଯିବା ପାଇଁ ଇଚ୍ଛା କରୁନାହାନ୍ତି। ପାର୍କଟି ବ୍ୟବହୃତ ନ ହେବାରୁ ପାର୍କ ମଧ୍ୟରେ ଅନାବନା ଘାସ ଉଠି ରହିଥିଲା। ଫଳରେ ବିଡିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଗତ କିଛି ଦିନ ତଳେ କାର୍ଯ୍ୟ ଜାରି ରହିଥିଲା। ବର୍ତ୍ତମାନ ପାର୍କ ମଧ୍ୟରେ ନୂତନ ଭାବେ ଭଲିବଲ ପିଚ୍‌ ନିର୍ମାଣ କରାଯାଇଛି। ଏଥିସହ ପାର୍କ ପରିସରକୁ ସଫା ସୁତରା ମଧ୍ୟ କରାଯାଇଛି। କିନ୍ତୁ ବର୍ତ୍ତମାନ କାର୍ଯ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି।
ଅନ୍ୟପଟେ ପାର୍କ ନିକଟରେ ଶବ ସଂସ୍କାର ସାଙ୍ଗକୁ ଅନ୍ୟାନ୍ୟ ଶୁଦ୍ଧି କାର୍ଯ୍ୟ ମଧ୍ୟ କରାଯାଉଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି। ଏପରିକି ଶୁଦ୍ଧି କାର୍ଯ୍ୟ ସମୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ପାର୍କ ସମ୍ମୁଖରେ ପଡି ରହୁଛି। ଏହାକୁ ସଫେଇ କରିବା କ୍ଷେତ୍ରରେ କେହି ବି ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି। ଏଥିସହ ପାର୍କ ମଧ୍ୟରେ ଅନେକ ସମୟରେ ବିଷାକ୍ତ ସରୀସୃପ ବିଚରଣ କରୁଥିବାରୁ ଏହାକୁ ନେଇ ମଧ୍ୟ ସ୍ଥାନୀୟ ବାସିନ୍ଦା ଭୟଭୀତ ହେଉଛନ୍ତି। ଏଣୁ ପାର୍କଟିକୁ ଅନ୍ୟତ୍ର ସ୍ଥାନକୁ ସ୍ଥାନାନ୍ତର କରାଗଲେ ସାଧାରଣ ଲୋକଙ୍କ କ୍ଷେତ୍ରରେ ବ୍ୟବହାର ଉପଯୋଗୀ ହୋଇପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ଏ ନେଇ ବିଡିଏ ସଚିବ ସମ୍ବିତ ରାଉତଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ବର୍ତ୍ତମାନ ନିର୍ବାଚନ ଆଚରଣ ବିଧି ଯୋଗୁ ବହୁ ପାର୍କର କାର୍ଯ୍ୟ ବନ୍ଦ ରହିଛି। ଆଚରଣ ବିଧି ଉଠିବା ପରେ ପାର୍କର ଉନ୍ନତୀକରଣ କାର୍ଯ୍ୟ ସାଙ୍ଗକୁ ଜନସାଧାରଣଙ୍କ ସମସ୍ୟା ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri