ବିଦ୍ୟାଳୟ ମରାମତି ସରି ନ ଥିବାରୁ ଅସନ୍ତୋଷ

ରସୁଲପୁର,୧୮ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତର ୫-ଟି ରୂପାନ୍ତରଣ ବିଦ୍ୟାଳୟ ଓ ପଞ୍ଚାୟତସ୍ଥିତ ଶନି ମନ୍ଦିର ପରିସରରେ ନିର୍ମିତ ଗ୍ରାମାଞ୍ଚଳ ପାର୍କ ନିର୍ମାଣ କାର୍ଯ୍ୟ ସ୍ଥିତି ପରଖିଛନ୍ତି ବରୀ ବିଧାୟିକା ସୁନନ୍ଦା ଦାସ। ବିଧାୟିକା ଦାସଙ୍କ ସମେତ ସ୍ଥାନୀୟ ସରପଞ୍ଚ ଜୟନ୍ତୀ ସାହୁ, ବିଡିଓ ଅବନିକାନ୍ତ ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ସୋନାଲି ଧଳ, କନିଷ୍ଠଯନ୍ତ୍ରୀ ସୁଚିସ୍ମିତା ବିଶ୍ୱାଳ, ଯୁବନେତା ଅଶୋକ କୁମାର ସାହୁ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ବିଦ୍ୟାଳୟ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ହୋଇଥିବା ଜବାହରଲାଲ ନେହେରୁ ଉଚ୍ଚ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଏବେ ବି ସରିନାହିଁ। ଏହି ପର୍ଯ୍ୟାୟରେ ରୂପାନ୍ତରଣ ହୋଇଥିବା ବିଦ୍ୟାଳୟଗୁଡିକ ଲୋକାର୍ପଣ ହୋଇସାରିଛି। ସମ୍ପୃକ୍ତ ବିଦ୍ୟାଳୟକୁ ବ୍ୟବହାର କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଛି। ତେବେ ଏଠାରେ ବିଦ୍ୟାଳୟ ନିର୍ମାଣ ପୂର୍ଣ୍ଣାଙ୍ଗକରଣରେ ବିଳମ୍ବ ହେଉଥିବାରୁ ପିଲାଙ୍କର ପାଠପଢ଼ାରେ ବାଧା ଉପୁଜୁଛି। ଏହାକୁ ନେଇ ବିଧାୟିକା ଅସନ୍ତୋଷବ୍ୟକ୍ତ କରିଥିଲେ। ଏଥିସହିତ ନିର୍ମାଣ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ବିଧାୟିକା ତୃତୀୟ ପର୍ଯ୍ୟାୟ ରୂପାନ୍ତରଣରେ ସାମିଲ ଶ୍ରୀଜଗନ୍ନାଥ ହାଇସ୍କୁଲ୍‌, ବିରଭାନପୁର ବିଦ୍ୟାଳୟସ୍ଥିତି ପରଖିବା ସହ ନିର୍ମାଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାର୍ଚ୍ଚ,୨୦୨୩ ସୁଦ୍ଧା ନିର୍ମାଣ ଶେଷ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ଉକ୍ତ ନିର୍ମାଣ ଶେଷ ହେବା ସହ ଉକ୍ତ ବିଦ୍ୟାଳୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକାର୍ପଣ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପରେ ବିଧାୟିକା ମଙ୍ଗରାଜପୁର ଗାଁର ପ୍ରସିଦ୍ଧ ଶନି ମନ୍ଦିର ସ୍ଥିତି ବୁଲି ଦେଖିଥିଲେ। ବର୍ଷା ଦିନରେ ମନ୍ଦିରରେ ପାଣି ପଶି ଯାଉଥିବା ସମ୍ପର୍କରେ ସ୍ଥାନୀୟ ଲୋକେ ବିଧାୟିକାଙ୍କୁ ଜଣାଇଥିଲେ। ବିଧାୟିକା ଦାସ ମନ୍ଦିର ପରିସରରେ ଏକ ଗ୍ରାମାଞ୍ଚଳ ପାର୍କ ନିର୍ମାଣ କରିବା ସହ ମନ୍ଦିର ଉନ୍ନତୀକରଣ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ବିଡିଓ ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆବଶ୍ୟକ ଅର୍ଥ ବିଧାୟିକାଙ୍କ ପାଣ୍ଠିରୁ ଭରଣା କରାଯିବ ବୋଲି ସେ ସୂଚନା ଦେଇଥିଲେ। ବିଧାୟକା ପଞ୍ଚାୟତ ମିଶନ ଶକ୍ତି ଗୃହ ନିର୍ମାଣ ସ୍ଥଳ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri