ମାଟ୍ରିକ ପରୀକ୍ଷା ଫର୍ମପୂରଣ ବିଜ୍ଞପ୍ତିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୨୧ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ନିମନ୍ତେ ଫର୍ମପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ସମ୍ପର୍କିତ ତାରିଖ ଘୋଷଣା କରାଯାଇଛି। ଏହାକୁ ନେଇ ଏବେ ଶିକ୍ଷକ ସଂଘ ଓ ଅଭିଭାବକମାନେ ବିରୋଧ କରିବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚଳିତବର୍ଷ କରୋନା ପାଇଁ କ୍ଷତିଗ୍ରସ୍ତ ହୋଇଛନ୍ତି ଶିକ୍ଷାର୍ଥୀ। ମାର୍ଚ୍ଚରୁ ଏପର୍ଯ୍ୟନ୍ତ ଛାତ୍ରୀଛାତ୍ର ବିଦ୍ୟାଳୟ ଯାଇନାହନ୍ତି। ପ୍ରାୟତଃ ବିନା ପରୀକ୍ଷା କିମ୍ବା ଅଧା ପରୀକ୍ଷାରେ ଶ୍ରେଣୀ ଉତ୍ତୀର୍ଣ୍ଣ କରି ଦିଆଯାଇଛି। ଅନ୍‌ଲାଇନ ଶିକ୍ଷାଦାନ ୨୦ରୁ ୨୫ଭାଗ ପିଲାଙ୍କ ପାଖରେ ପହଞ୍ଚତ୍ବା ସମ୍ଭବ ହୋଇପାରିଲା ନାହିଁ। ସରକାରଙ୍କ ପକ୍ଷରୁ ସିଲାବସ୍‌ରୁ ୩୦ପ୍ରତିଶତ ହ୍ରାସ କରାଯାଇଥିଲେ ମଧ୍ୟ ଅବଶିଷ୍ଟ ସମୟରେ ଆଉ ୭୦ପ୍ରତିଶତ ଶିକ୍ଷାଦାନ ହୋଇପାରିବ କି ନାହିଁ ତାହା ମଧ୍ୟ ସନ୍ଦେହ ଘେରରେ ରହିଛି। ସେପଟେ ଡିସେମ୍ବର ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ତେଣୁ ଶିକ୍ଷାବର୍ଷର ଅବଧି ପରିବର୍ତ୍ତନର ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ। ୨୦୨୧ ଜାନୁୟାରୀରୁ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରି ସମଗ୍ର ଦେଶରେ ଏକକ ଭାବେ ଶିକ୍ଷାବର୍ଷ ଆରମ୍ଭ କରିବା ପାଇଁ ବୁଦ୍ଧିଜୀବୀଙ୍କ ପକ୍ଷରୁ ତଥା ଓଷ୍ଟା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ରାଜ୍ୟ ସରକାର ଓ ବିଦ୍ୟାଳୟର ଗଣଶିକ୍ଷା ବିଭାଗ ତୁରନ୍ତ ଏଥିରେ ହସ୍ତକ୍ଷେପ କରି ପରିଷଦ ଦ୍ୱାରା ସୂଚିତ ଫର୍ମପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ସମ୍ପର୍କିତ ବିଜ୍ଞପ୍ତିକୁ ସ୍ଥଗିତ ରଖନ୍ତୁ। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ନବମ ଶ୍ରେଣୀରେ ନାମ ଲେଖାଇଥିବା ପିଲାଙ୍କର ଏନ୍‌ରୋଲମେଣ୍ଟ କରା ନ ଯାଉ ବୋଲି ଓଷ୍ଟା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri