ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ

ଦେବଗଡ଼, ୨୧।୧(ଡି.ଏନ୍‌.ଏ.): ପ୍ରଧାନପାଟସ୍ଥିତ ବଡ଼ବଗିଚାଠାରେ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଉତ୍ସବ ପ୍ରଧାନପାଟ ଅନୁଷ୍ଠିତ ହେଉଛି। ତେବେ ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ସେମାନଙ୍କର ଅଭିଯୋଗ ଅନୁଯାୟୀ, ଉତ୍ସବ ପ୍ରଧାନପାଟ ସମୟରେ ରାଜ୍ୟର ବିଭିନ୍ନ ମନ୍ତ୍ରୀ, ସରକାରୀ ପଦାଧିକାରୀ ଓ ଲୋକ ପ୍ରତିନିଧିମାନଙ୍କୁ ଅତିଥି ଭାବେ ନିମନ୍ତ୍ରିତ କରାଯାଇଥାଏ। ପ୍ରଧାନପାଟ ଉତ୍ସବର ଉଦ୍‌ଯାପନୀ କାର୍ଯ୍ୟକ୍ରମ ଅର୍ଥାତ ୨୪ ତାରିଖ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ୨ଜଣ ବିଧାୟକଙ୍କୁ ଅତିଥି ଭାବେ ନିମନ୍ତ୍ରିତ କରାଯାଇଥିବା ନେଇ ଉତ୍ସବ ପ୍ରଧାନପାଟ ନିମନ୍ତେ ଜିିଲା ପ୍ରଶାସନ ପକ୍ଷରୁ କରାଯାଇଥିବା କାର୍ଡରୁ ଜଣାପଡ଼ିଛି। ତେବେ ଏହାକୁ ଏନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି। ଓଡ଼ିଶାର ବହୁ ବିଧାୟକ ଓ ମନ୍ତ୍ରୀ ଥିବାବେଳେ ଏକ ନିର୍ଦ୍ଦିଷ୍ଟ ରାଜନେତିକ ଦଳର ୨ଜଣ ବିଧାୟକଙ୍କୁ ନିମନ୍ତ୍ରିତ ଅତିଥି ଭାବେ ଡକାଯାଉଥିବାରୁ ଅଭିପ୍ରାୟ ବୁଝାପଡୁନାହଁି। ଦେବଗଡ଼ ଜିଲାର ନିକଟବର୍ତ୍ତୀ ଜିଲାର କୌଣସି ବିଧାୟକଙ୍କୁ ଉତ୍ସବ ପ୍ରଧାନପାଟ ପାଇଁ ଡକା ନ ଯାଇ ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକଙ୍କୁ ଡକାଯାଇଥିବା ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇବା ସହିତ ଏକ ରାଜନୈତିକ ଦଳର ସଙ୍ଗଠନକୁ ସୁଦୃଢ କରିବା ପାଇଁ ତାଙ୍କୁ ଡକାଯାଇଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ସହିତ ଜିଲାରେ ବହୁ କଳାକାର ଥିବାବେଳେ ସେମାନଙ୍କୁ ସୁଯୋଗ ଦିଆ ନ ଯାଇ ବାହାର କଳାକାରଙ୍କୁ ସୁଯୋଗ ଦିଆଯାଉଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ତେବେ ଏହାର ପୁନର୍ବିଚାର କରିବା ପାଇଁ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି। ଏନେଇ ଗୁରୁବାର ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଉକ୍ତ ଦାବିପତ୍ର ପ୍ରଦାନବେଳେ ଜିଲା ଭାଜପା ଯୁବମୋର୍ଚ୍ଚାର ଜିଲା ସଭାପତି ସନ୍ତୋଷ ଭୂତିଆ, ପୌରପରିଷଦର ଉପନଗରପାଳ ପ୍ରଜିତ ଭୋଜ, କାଉନସିଲର କାର୍ତ୍ତିକ ମହାକୁଳ, ରାଜ୍ୟ ଭାଜପା ଯୁବମୋର୍ଚ୍ଚାର କାର୍ଯ୍ୟକାରିଣୀ ସଦସ୍ୟ ଦୟାଶଙ୍କର ଦ୍ବିବେଦୀ, ନରୋତ୍ତମ ସାହୁଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri