୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ

ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା ଦେବାକୁ ଅନୁରୋଧ କରିଛନ୍ତି । ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଉଦ୍ୟମ କରାଯିବ। ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ୨ରେ ନାମଲେଖା କ୍ଷେତ୍ରରେ ମଧ୍ୟ ଏହାକୁ ବିଚାରକୁ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ତେବେ ୭୦ ପ୍ରତିଶତ ସିଲାବସକୁ ନେଇ ମାଟ୍ରିକ ପରୀକ୍ଷା ହେବ । କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ପରୀକ୍ଷା କରାଯିବ । ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବା ସେନେଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି।