ଅବ୍ୟବସ୍ଥା ଦେଖି ଅସନ୍ତୁଷ୍ଟ

ଢେଙ୍କାନାଳ ଅଫିସ, ୩୧।୧୨ ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକାରିତା ପରଖିବାକୁ ଗୁରୁବାର ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥିତ ପାର୍କିଂ, ଡ୍ରେନେଜ୍‌ ବ୍ୟବସ୍ଥା ଦେଖି ସେ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଏହି ସମସ୍ୟାର ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲା ଚିକିତ୍ସାଳୟ ସଂଲଗ୍ନ ରାସ୍ତାରେ ଇତସ୍ତତଃ ଭାବେ ଯାନବାହନ ପାର୍କିଂ କରାଯାଉଛି। ଏଥିରେ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିକାର କରିବା ସହିତ ସ୍ବତନ୍ତ୍ର ଭାବେ ପାର୍କିଂ ବ୍ୟବସ୍ଥା କରିବାକୁ ଜିଲାପାଳ ସିଡିଏମ୍‌ଓ ଡା. ଅଶୋକ କୁମାର ଦାସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର କାର୍ଯ୍ୟକାରିତା ଯାଞ୍ଚ କରିବାକୁ ପୋଲିସ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଡ୍ରେନେଜ୍‌ ବ୍ୟବସ୍ଥିତ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏହି ଅବସରରେ ସେ ବହିର୍ବିଭାଗରେ ଜରୁରିକାଳୀନ ସେବା, ରେଡ୍‌କ୍ରସ୍‌ ଜେନେରିକ ଔଷଧ ଦୋକାନ, ଜରୁରୀ ରୋଗୀ ସ୍ଥିରୀକରଣ କକ୍ଷ, ମ୍ୟାଲେରିଆ ପରୀକ୍ଷାଗାର, କଣ୍ଟ୍ରୋଲରୁମ୍‌ ବୁଲି ଦେଖିଥିଲେ।
ମେଡିକାଲ ସୁପରିଟେଣ୍ଡେଣ୍ଟ ଜୟକୃଷ୍ଣ ନାୟକ, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ବିଭିନ୍ନ ବିଭାଗର କାର୍ଯ୍ୟକାରିତା ସମ୍ପର୍କରେ ଅବଗତ କରାଇଥିଲେ। ଏହାପରେ ଜିଲାପାଳ ଦକ୍ଷିଣକାଳୀ ରୋଡ୍‌ସ୍ଥିତ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରି ସ୍ମାର୍ଟ ହେଲଥ୍‌ କାର୍ଡଧାରୀମାନେ କିଭଳି ସେବା ପାଉଛନ୍ତି, ସେ ସମ୍ପର୍କରେ ପରିଚାଳକ ସୁନୀଲ ମିଶ୍ରଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?