ଅବ୍ୟବସ୍ଥା ଦେଖି ଅସନ୍ତୁଷ୍ଟ

ଢେଙ୍କାନାଳ ଅଫିସ, ୩୧।୧୨ ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକାରିତା ପରଖିବାକୁ ଗୁରୁବାର ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥିତ ପାର୍କିଂ, ଡ୍ରେନେଜ୍‌ ବ୍ୟବସ୍ଥା ଦେଖି ସେ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଏହି ସମସ୍ୟାର ସମାଧାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲା ଚିକିତ୍ସାଳୟ ସଂଲଗ୍ନ ରାସ୍ତାରେ ଇତସ୍ତତଃ ଭାବେ ଯାନବାହନ ପାର୍କିଂ କରାଯାଉଛି। ଏଥିରେ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିକାର କରିବା ସହିତ ସ୍ବତନ୍ତ୍ର ଭାବେ ପାର୍କିଂ ବ୍ୟବସ୍ଥା କରିବାକୁ ଜିଲାପାଳ ସିଡିଏମ୍‌ଓ ଡା. ଅଶୋକ କୁମାର ଦାସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର କାର୍ଯ୍ୟକାରିତା ଯାଞ୍ଚ କରିବାକୁ ପୋଲିସ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଡ୍ରେନେଜ୍‌ ବ୍ୟବସ୍ଥିତ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏହି ଅବସରରେ ସେ ବହିର୍ବିଭାଗରେ ଜରୁରିକାଳୀନ ସେବା, ରେଡ୍‌କ୍ରସ୍‌ ଜେନେରିକ ଔଷଧ ଦୋକାନ, ଜରୁରୀ ରୋଗୀ ସ୍ଥିରୀକରଣ କକ୍ଷ, ମ୍ୟାଲେରିଆ ପରୀକ୍ଷାଗାର, କଣ୍ଟ୍ରୋଲରୁମ୍‌ ବୁଲି ଦେଖିଥିଲେ।
ମେଡିକାଲ ସୁପରିଟେଣ୍ଡେଣ୍ଟ ଜୟକୃଷ୍ଣ ନାୟକ, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ବିଭିନ୍ନ ବିଭାଗର କାର୍ଯ୍ୟକାରିତା ସମ୍ପର୍କରେ ଅବଗତ କରାଇଥିଲେ। ଏହାପରେ ଜିଲାପାଳ ଦକ୍ଷିଣକାଳୀ ରୋଡ୍‌ସ୍ଥିତ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରି ସ୍ମାର୍ଟ ହେଲଥ୍‌ କାର୍ଡଧାରୀମାନେ କିଭଳି ସେବା ପାଉଛନ୍ତି, ସେ ସମ୍ପର୍କରେ ପରିଚାଳକ ସୁନୀଲ ମିଶ୍ରଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri