Posted inUncategorized

ନିଜ ମାଟିର ମହକରେ ରହିଛି ସ୍ବତନ୍ତ୍ରତା: ରାଷ୍ଟ୍ରପତି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ଆଦର୍ଶ ମୋତେ ଅନୁପ୍ରାଣିତ କରିଛି। ଯେଉଁଠି ଥିଲେ ମଧ୍ୟ ନିଜ ମାଟିର ମହକରେ ସ୍ବତନ୍ତ୍ରତା ରହିଛି। ତଥାପି ନିଜ ଅଞ୍ଚଳର ଦିଗଦିଗନ୍ତର ସୌନ୍ଦର୍ଯ୍ୟ ନିଆରା। ଓଡ଼ିଶା ଆସି ମୁଁ ଅତ୍ୟନ୍ତ ଆନନ୍ଦିତ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି।
ଗୁରୁବାର ସନ୍ଧ୍ୟାରେ ରାଜଭବନ ପରିସରରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି କହିଛନ୍ତି ଯେ ଭାରତବର୍ଷର ଭୂଗୋଳ ଓ ଇତିହାସରେ ଓଡ଼ିଶା ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଚିଲିକା ପରି ହ୍ରଦ, ଶିମିଳିପାଳ ପରି ଜୈବବିବିଧତା ଓ ଭିତରକନିକା ପରି ଜାତୀୟ ଉଦ୍ୟାନ ଆମ ପାଖରେ ରହିଛି। ଓଡ଼ିଶାର ଗୌରବମୟ ଇତିହାସ ଓ ସଂସ୍କୃତି ଭାରତକୁ ମହାନ୍‌ କରିଛି। ଭାରତବର୍ଷର ନୌବାଣିଜ୍ୟରେ ଓଡ଼ିଶାର ଦାନ ଅପୂରଣୀୟ। ଓଡ଼ିଶା ଭାରତର ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ଦେଶୀୟ ରାଜ୍ୟ ମିଶ୍ରଣରେ ଓଡ଼ିଶାର ଅବଦାନ ସର୍ବାଗ୍ରେ। ଉତ୍କଳକେଶରୀ ହରେକୃଷ୍ଣ ମହତାବଙ୍କ ଭୂମିକା ଯୋଗୁ ଓଡ଼ିଶାରେ ଦେଶୀୟ ରାଜ୍ୟ ମିଶ୍ରଣ ସମ୍ଭବପର ହୋଇପାରିଥିଲା। ଓଡ଼ିଶାରୁ ଭାରତର ପ୍ରଗତି ଆରମ୍ଭ ହେଉ ବୋଲି ରାଷ୍ଟ୍ରପତି କହିଛନ୍ତି। ବିକାଶର ସୁଫଳ ସମାଜର ସବୁ ବର୍ଗର ଲୋକଙ୍କ ପାଖରେ ପହଞ୍ଚିବା ଦରକାର। ବିଶେଷକରି ସମାଜର ଶେଷ ଧାଡ଼ିରେ ଠିଆ ହୋଇଥିବା ଲୋକ ପାଖରେ ଯୋଜନା ପହଞ୍ଚତ୍ ପାରିଲେ ହିଁ ବିକାଶ ଲକ୍ଷ୍ୟ ପୂରଣ ହୋଇପାରିବ। ରାଜ୍ୟଗୁଡ଼ିକର ବିକାଶରେ ଦେଶର ବିକାଶ। ତେଣୁ ଏହି ବିକାଶ ପ୍ରକ୍ରିୟା ଓଡ଼ିଶାରୁ ଆରମ୍ଭ ହେଉ ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି। ରାଷ୍ଟ୍ରପତି ହେବା ପରେ ନିଜ ମାଟିକୁ ଏହା ମୋର ପ୍ରଥମ ଆଗମନ ବୋଲି କହିଥିଲେ। ଆପଣଙ୍କ ସ୍ନେହ, ଶ୍ରଦ୍ଧା ମୋତେ ଅଭିଭୂତ କରିଛି। ପୁରୀରେ ଏଏସ୍‌ଆଇର ସର୍କଲ ଅଫିସ ଖୋଲା ଯାଇଥିବାରୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଧନ୍ୟବାଦ ଜଣାଇଛନ୍ତି।
ରାଜଭବନରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହି ଅବସରରେ ରାଜଭବନରେ ରାଷ୍ଟ୍ରପତିଙ୍କ ପାଇଁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା। ରାଜ୍ୟବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଥିଲେ। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ମଧ୍ୟ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମହିମଙ୍କ ସଫଳତା ଭିତରେ ପ୍ରତ୍ୟେକ ଓଡ଼ିଆ ନିଜ ସଫଳତା ଦେଖୁଛନ୍ତି। ପ୍ରଥମଥର ପାଇଁ ଓଡ଼ିଶାରୁ ଜଣେ ମହିଳା ଦେଶର ପ୍ରଥମ ନାଗରିକ ହୋଇଛନ୍ତି। ରାଇରଙ୍ଗପୁରରୁ ରାଇସିନା ହିଲ୍ସକୁ ତାଙ୍କ ଯାତ୍ରା ପାଇଁ ପ୍ରତ୍ୟେକ ଓଡ଼ିଆ ଆଜି ଗର୍ବିତ। ଜୀବନରେ ବଡ଼ ସ୍ବପ୍ନ ପାଇଁ ରାଷ୍ଟ୍ରପତି ପ୍ରେରଣା ଦେଉଛନ୍ତି। ଓଡ଼ିଶା ଆଜି ଆପଣଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri