ଭିନ୍ନକ୍ଷମ ପରିଚୟ ପ୍ରଦାନ କର୍ମଶାଳା

 

ଦେବଗଡ, ୨୫ା୧୨(ଡ଼ି.ଏନ୍‌.ଏ.)-ଦେବଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନା ପରିସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଭିନ୍ନକ୍ଷମ ପରିଚୟ ପ୍ରଦାନ ନିମନ୍ତେ ଗୁରୁବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟଙ୍କ ଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧିର କୁମାର ନଇ ଯୋଗଦେଇ କର୍ମଶାଳା ଆୟୋଜନର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନଇ ଦେବଗଡ ଜିଲାରେ ୫୨୨୨ ଜଣ ଭିନ୍ନକ୍ଷମ ରହିଥିବା ସେମାନଙ୍କ ମଧ୍ୟରୁ ୪୩୬୯ ଜଣ ଭିନ୍ନକ୍ଷମ ଅନଲାଇନ ମାଧ୍ୟମରେ ୟୁଡିଆଇଡି କାର୍ଡ (କେନ୍ଦ୍ର ସରକାରଙ୍କ ପ୍ରଚଳିତ ଭିନ୍ନକ୍ଷମ ପରିଚୟପତ୍ର) ଆବେଦନ କରିଥିବା ବେଳେ ଅଦ୍ୟାବଧି ୧୮୩୫ ଜଣ ପରିଚୟପତ୍ର ପାଇସାରିଥିବା ସୂଚନା ଦେଇଥିଲେ। ଭିନ୍ନକ୍ଷମମାନଙ୍କୁ ତୁରନ୍ତ ପରିଚୟପତ୍ର ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ଭିନ୍ନକ୍ଷମ ପରିଚୟପତ୍ର ପ୍ରଦାନର ବ୍ୟବସ୍ଥା କରାଯିବା ପାଇଁ ଏହି କର୍ମଶାଳାରେ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ୍ତ ଏହି ପରିଚୟପତ୍ର ସହାୟତାରେ ଭିନ୍ନକ୍ଷମମାନେ ଶିକ୍ଷାନୁଷ୍ଠାନ ଓ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟତୀତ ରାଜ୍ୟ ସରକାରଙ୍କ ସମସ୍ତ ସାମାଜିକ ଯୋଜନାରେ ଉପକୃତ ହୋଇପାରିବେ। ଭିନ୍ନକ୍ଷମମାନଙ୍କୁ ପ୍ରଦାନ କରାଯାଉଥିବା ଏହି ପରିଚୟପତ୍ର କାର୍ଡ (ୟୁଡିଆଇଡି କାର୍ଡ) ପାଇବା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷାକରି ଭିନ୍ନକ୍ଷମଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ପରିଚୟ ପ୍ରଦାନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଏହି କର୍ମଶାଳାରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିପାଇଁ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯାଇ ପ୍ରତ୍ୟେକ ମାସରେ ହିତାଧିକାରୀଙ୍କୁ ଏହି ପରିଚୟପତ୍ର ପ୍ରଦାନ ପାଇଁ ଏହି ଅବସରରେ ନିଷ୍ପତି ନିଆଯାଇଛି ା ଏହି କର୍ମଶାଳାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଚିକିତ୍ସାଧିକାରୀ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀଙ୍କ ସମେତ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଜିଲା କାର୍ଯ୍ୟକ୍ରମ ସହାୟକ, କନିଷ୍ଠ ସହାୟକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଓ ସମଗ୍ର ଶିକ୍ଷା ବିଭାଗର ବି.ଆର୍‌.ଟି.ମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri