ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ମାମଲା:ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ ଅଫିସ,୩୦ା୮: ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଗତ ମାମଲାରେ ହସ୍ତକ୍ଷେପ କରିବାକୁ ସୋମବାର ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଗଣେଶ ପୂଜା ଶାନ୍ତିଶୃଙ୍ଖଳାରେ ପରିଚାଳନା ପାଇଁ ପୋଲିସକୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।
କଟକ ସହରସ୍ଥ କୁମ୍ଭାରସାହିର ମୃଣ୍ମୟୀ ଶିଳ୍ପୀ ନାରାୟଣ ମୁଦୁଲିଙ୍କ ପକ୍ଷରୁ ହାଇକୋର୍ଟରେ ଶୁକ୍ରବାର ଏନେଇ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ଧରି କାରିଗରମାନଙ୍କ ଜୀବିକା ପ୍ରଭାବିତ ହୋଇଥିଲା। ଚଳିତବର୍ଷ ଜାକଜମକରେ ଗଣେଶ ପୂଜା ପାଳନ ହେବାକୁ ଥିବାରୁ ମୂର୍ତ୍ତି କାରିଗରମାନେ ଲୋକଙ୍କ ଚାହିଦା ଓ ଅର୍ଡର ଅନୁସାରେ ମୂର୍ତ୍ତି ନିର୍ମାଣରେ ଲାଗିପଡ଼ିଥିଲେ। ହେଲେ ବିକୃତ ମୂର୍ତ୍ତି ନିର୍ମାଣ କରାଗଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ତାଗିଦା କରାଯିବା ସହ ଧମକଚମକ ଦିଆଯାଇଥିବା ନେଇ ଆବେଦନରେ ଦର୍ଶାଯାଇଥିଲା। ଏଥିସହ ମଣ୍ଡପରେ ରୁଦ୍ରଗଣେଶଙ୍କ ମୂର୍ତ୍ତି ପୂଜା ନିମନ୍ତେ ଅନୁମତି ଦେବାକୁ ହାଇକୋର୍ଟଙ୍କୁ ଆବେଦନକାରୀଙ୍କ ପକ୍ଷରୁ ନିବେଦନ କରାଯାଇଥିଲା। ଅପରପକ୍ଷରେ କୌଣସି ଧମକଚମକ ଦିଆଯାଇନାହିଁ, କେବଳ ବିକୃତ ମୂର୍ତ୍ତି ତିଆରିକୁ ବାରଣ କରାଯାଇଛି ବୋଲି କମିଶନରେଟ ପୋଲିସ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଥିଲା। ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଗଣେଶ ପୂଜା ପାଇଁ ଥିବା ସ୍ବଳ୍ପ ସମୟ ଅବଧି ମଧ୍ୟରେ ମୂର୍ତ୍ତି ବିକୃତ କି ନୁହେଁ ନିଶ୍ଚିତ କରିବା ସମ୍ଭବ ନୁହେଁ ବୋଲି ମତ ଦେଇ ଅଦାଲତ ହସ୍ତକ୍ଷେପ ଲାଗି ମନା କରିଦେଇଥିଲେ। ଏଥିସହ ବିକୃତ ଗଣେଶ ମୂର୍ତ୍ତିକୁ ନେଇ ଲୋକଙ୍କ ଅସନ୍ତୋଷ ରହୁଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ନିମନ୍ତେ ପୋଲିସକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri