ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ମାମଲା:ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ ଅଫିସ,୩୦ା୮: ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଗତ ମାମଲାରେ ହସ୍ତକ୍ଷେପ କରିବାକୁ ସୋମବାର ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହ ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଗଣେଶ ପୂଜା ଶାନ୍ତିଶୃଙ୍ଖଳାରେ ପରିଚାଳନା ପାଇଁ ପୋଲିସକୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।
କଟକ ସହରସ୍ଥ କୁମ୍ଭାରସାହିର ମୃଣ୍ମୟୀ ଶିଳ୍ପୀ ନାରାୟଣ ମୁଦୁଲିଙ୍କ ପକ୍ଷରୁ ହାଇକୋର୍ଟରେ ଶୁକ୍ରବାର ଏନେଇ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ଧରି କାରିଗରମାନଙ୍କ ଜୀବିକା ପ୍ରଭାବିତ ହୋଇଥିଲା। ଚଳିତବର୍ଷ ଜାକଜମକରେ ଗଣେଶ ପୂଜା ପାଳନ ହେବାକୁ ଥିବାରୁ ମୂର୍ତ୍ତି କାରିଗରମାନେ ଲୋକଙ୍କ ଚାହିଦା ଓ ଅର୍ଡର ଅନୁସାରେ ମୂର୍ତ୍ତି ନିର୍ମାଣରେ ଲାଗିପଡ଼ିଥିଲେ। ହେଲେ ବିକୃତ ମୂର୍ତ୍ତି ନିର୍ମାଣ କରାଗଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ତାଗିଦା କରାଯିବା ସହ ଧମକଚମକ ଦିଆଯାଇଥିବା ନେଇ ଆବେଦନରେ ଦର୍ଶାଯାଇଥିଲା। ଏଥିସହ ମଣ୍ଡପରେ ରୁଦ୍ରଗଣେଶଙ୍କ ମୂର୍ତ୍ତି ପୂଜା ନିମନ୍ତେ ଅନୁମତି ଦେବାକୁ ହାଇକୋର୍ଟଙ୍କୁ ଆବେଦନକାରୀଙ୍କ ପକ୍ଷରୁ ନିବେଦନ କରାଯାଇଥିଲା। ଅପରପକ୍ଷରେ କୌଣସି ଧମକଚମକ ଦିଆଯାଇନାହିଁ, କେବଳ ବିକୃତ ମୂର୍ତ୍ତି ତିଆରିକୁ ବାରଣ କରାଯାଇଛି ବୋଲି କମିଶନରେଟ ପୋଲିସ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଥିଲା। ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଗଣେଶ ପୂଜା ପାଇଁ ଥିବା ସ୍ବଳ୍ପ ସମୟ ଅବଧି ମଧ୍ୟରେ ମୂର୍ତ୍ତି ବିକୃତ କି ନୁହେଁ ନିଶ୍ଚିତ କରିବା ସମ୍ଭବ ନୁହେଁ ବୋଲି ମତ ଦେଇ ଅଦାଲତ ହସ୍ତକ୍ଷେପ ଲାଗି ମନା କରିଦେଇଥିଲେ। ଏଥିସହ ବିକୃତ ଗଣେଶ ମୂର୍ତ୍ତିକୁ ନେଇ ଲୋକଙ୍କ ଅସନ୍ତୋଷ ରହୁଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ନିମନ୍ତେ ପୋଲିସକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri