ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବଅଁରପାଳ,୨୧ା୧୦(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସଭାଘର ଓ ବଉଳିଗଡ଼ଠାରେ ଅନୁଗୋଳ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କୁ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଯୋଗଦେଇ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ, ବିଡିଓ ଲୋଚନ ଦାସ ଯୋଗଦାନ କରିଥିଲେ। ଜିଲା ଶ୍ରମିକ ସଙ୍ଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ସହକାରୀ ଶ୍ରମ ଅଧିକାରୀ ଦେବ ପ୍ରସାଦ ମହାନ୍ତି ସଭା ସଞ୍ଚାଳନ କରିଥିଲେ। ଶ୍ରମ କାର୍ଯ୍ୟାଳୟର ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ। ୨ଟି ସ୍ଥାନରେ ହୋଇଥିବା ସହାୟତା ବଣ୍ଟନ ଶିବିରରେ ମୋଟ ୫୪୪ ଜଣଙ୍କୁ ନୂତନ ଶ୍ରମ କାର୍ଡ ପ୍ରଦାନ କରାଯାଇଥିଲା। ୧୦ ଜଣ ଶ୍ରମିକଙ୍କୁ ଅଣ ସଙ୍ଗଠିତ ନୂତନ କାର୍ଡ ଦିଆଯାଇଥିଲା। ୯୦ ଜଣ ନିର୍ମାଣ ଶ୍ରମିକଙ୍କୁ ମୋଟ ୪୩ ଲକ୍ଷ ୫୮ ହଜାର ୪ଶହ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଯୁଗ୍ମ ଲେବର କମିଶନର ମହେଶ୍ୱର ନାଏକ ନିର୍ମାଣ ଶ୍ରମିକଙ୍କୁ ସହାୟତା ଓ ନୂତନ ପଞ୍ଜୀକରଣ ବାବଦରେ ଅବଗଡ କରିଥିଲେ। ଡିଭିଜନାଲ ଲେବର କମିଶନର ଇତିଶ୍ରୀ ଗାଗରାଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପକରେ ସୂଚନା ଦେଇଥିଲେ। ସହକାରୀ ଶ୍ରମ ଅଧିକାରୀ ପ୍ରିୟମ୍ବଦା ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri