ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଶୁଖିଲା ରାଶନ ବଣ୍ଟନ

ଭୁବନେଶ୍ୱର,୨୯।୬ (ଅଭୟ ଦାଶ): ଓଡ଼ିଶାର ବାଲେଶ୍ୱର ଜିଲା ଅନ୍ତର୍ଗତ ବାହାନଗାଠାରେ ଘଟିଥିବା ଦୁଃଖଦ ରେଳ ଦୁର୍ଘଟଣାର ମୃତକ ଓ ଗୁରୁତର ଆହତଙ୍କ ପରିବାର ସଦସ୍ୟମାନଙ୍କୁ ସହାୟତା ଉଦ୍ୟମ ଜାରି ରଖି ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ପୀଡ଼ିତ ପରିବାରଙ୍କୁ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଭଦ୍ରକ ଜିଲାରୁ ଆରମ୍ଭ କରାଯାଇଛି। ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଥିବା ୧୦ ସୂତ୍ରୀ ରିଲିଫ୍‌ ଯୋଜନାର ଏକ ଅଂଶ ଭାବେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ପୀଡ଼ିତଙ୍କ ପରିବାରକୁ ୬ମାସର ଶୁଖିଲା ରାଶନ ସାମଗ୍ରୀ ସମେତ ସ୍ବଳ୍ପକାଳୀନ ଓ ଦୀର୍ଘକାଳୀନ ଆଶ୍ୱସ୍ତି ପାଇଁ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିବାକୁ ଫାଉଣ୍ଡେଶନ ପୂର୍ବରୁ ଘୋଷଣା କରିଥିଲା ବେଳେ ଭଦ୍ରକ ସହରରେ ସମ୍ପୃକ୍ତ ଜିଲାର ପୀଡ଼ିତମାନଙ୍କ ପରିବାର ସଦସ୍ୟ ରିଲାଏନ୍ସ ଫାଉଣ୍ଡେଶନଠାରୁ ଶୁଖିଲା ରାଶନ ସାମଗ୍ରୀ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ଜରୁରିକାଳୀନ ସେକ୍ସନର ଜିଲା ପ୍ରକଳ୍ପ ଅଧିକାରୀ ଅମ୍ଳାନ କୁମାର ସେନାପତି ଓ ଏସ୍‌ଇଏଡିଏର ସହାୟକ ସଚିବ ଅଞ୍ଜନ କୁମାର ଚାନ୍ଦଙ୍କ ସମେତ ରିଲାଏନ୍ସ ଫାଉଣ୍ଡେଶନ ବିପର୍ଯ୍ୟୟ ପରିଚାଳନା ଟିମ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସେହିଭଳି ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଆଗାମୀ ଦିନରେ ବିଭିନ୍ନ ଜିଲାରେ ରହିଥିବା ପୀଡ଼ିତଙ୍କ ପରିବାରବର୍ଗଙ୍କୁ ୬ମାସର ଶୁଖିଲା ରାଶନ ରିଲିଫ୍‌ ସାମଗ୍ରୀ ପ୍ରଦାନ କରାଯିବ। ଅପରପକ୍ଷରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ରହିଥିବା ଏହି ଟ୍ରେନ୍‌ ଦୁର୍ଘଟଣାର ପୀଡ଼ିତ ପରିବାରଗୁଡ଼ିକ ଚିହ୍ନଟ କରିବା ଲାଗି ରିଲାଏନ୍ସ ଫାଉଣ୍ଡେଶନ ବିଭିନ୍ନ କର୍ତ୍ତୃପକ୍ଷ ଓ ସରକାରୀ ଏଜେନ୍ସିମାନଙ୍କ ସହ ମିଶି କାର୍ଯ୍ୟ କରୁଛି। ଏହା ପରେ ଘରକୁ ଘର ଯାଇ ପ୍ରତ୍ୟେକଙ୍କର ବ୍ୟକ୍ତିବିଶେଷ ଆବଶ୍ୟକତାର ଅନୁଶୀଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri