ଭିନ୍ନକ୍ଷମ ମହିଳାଙ୍କୁ ବୈଦ୍ୟୁତିକ ହାତ ବିତରଣ

ଭୁବନେଶ୍ୱର,୧୭।୩: ଓଡ଼ିଶା ଖଣି ନିଗମ (ଓଏମ୍‌ସି), ରେଡ୍‌ ସ୍ବସ୍ତିକ ସୋସାଇଟି, ଓଡ଼ିଶା ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ଇନାଲି ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ରାଜ୍ୟର ୪୦ଜଣ ଭିନ୍ନକ୍ଷମ ମହିଳାଙ୍କୁ ବୈଦ୍ୟୁତିକ ହାତ ଯୋଗାଇ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଗୀତ ଗୋବିନ୍ଦ ସଦନଠାରେ ଏକ ସ୍ବତନ୍ତ୍ର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ଖଣି ନିଗମର ନିର୍ଦ୍ଦେଶକ (ମାନବ ସମ୍ବଳ) ଆଲୋକ ପାଲ,ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଶରତ ଚନ୍ଦ୍ର ଭଦ୍ରା, ଜେଡ୍‌ ଇଷ୍ଟେଟ୍‌ର ପରିଚାଳନା ନିର୍ଦ୍ଦେଶକ ତପନ ମହାନ୍ତି, ସାମାଜିକ କର୍ମୀ ନମ୍ରତା ଚଢ଼ାଙ୍କ ସମେତ ରେଡ୍‌ ସ୍ବସ୍ତିକ୍‌ ସୋସାଇଟିର ଓଡ଼ିଶା ଶାଖା ଅଧ୍ୟକ୍ଷ ବିଜୟ ଆଚାର୍ଯ୍ୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଉଲ୍ଲେଖଯୋଗ୍ୟ, ଓଡ଼ିଶା ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ସୂଚନା ଓ ରେଡ୍‌ ସ୍ବସ୍ତିକ୍‌ ସୋସାଇଟି ଓଡ଼ିଶା ଶାଖାର ସହଯୋଗରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭିନ୍ନକ୍ଷମ ମହିଳାଙ୍କ ତଥ୍ୟ ସଂଗ୍ରହ କରାଯାଇ ସେମାନଙ୍କ ଆବଶ୍ୟକ ଅଙ୍ଗପ୍ରତ୍ୟଙ୍ଗ ଯୋଗାଇ ଦିଆଯାଇଥିଲା। ସେହିପରି ରାଜ୍ୟରେ ଭିନ୍ନକ୍ଷମମାନଙ୍କ ଉନ୍ନତୀକରଣ ନିମନ୍ତେ ରେଡ୍‌ ସ୍ବସ୍ତିକ୍‌ ସୋସାଇଟି ଶାଖା ପକ୍ଷରୁ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ଓ ଆଗକୁ ନିଆଯିବ ବୋଲି ରେଡ୍‌ ସ୍ବସ୍ତିକ ସୋସାଇଟି ଓଡିଶା ଶାଖା ସଚିବ ଦେବାଶିଷ୍‌ ପଟ୍ଟନାୟକ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାମାନଙ୍କୁ ସ୍ବତନ୍ତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ପରିଶେଷରେ ସୁନାମଧନ୍ୟ ଗୀତିକାରଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ କରାଯିବା ସହ ଭିନ୍ନକ୍ଷମ କୁନି ପ୍ରତିଭା ଦିବ୍ୟଜ୍ୟୋତି ମହାପାତ୍ରଙ୍କ ଦ୍ୱାରା କଳା ପରିବେଷଣ ଓ ପ୍ରଖ୍ୟାତ କଥାକାର ପ୍ରାଚୀ ତାରାଙ୍କ ଦ୍ୱାରା ଭିନ୍ନକ୍ଷମଙ୍କ ଉପରେ ଏକ ନାଟକ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?