ଭୋଟ ଲାଗି ନକଲି ଭତ୍ତା ବହି ବଣ୍ଟନ

ଦଶରଥପୁର,୧୮ା୨ (ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ପରିପ୍ରେକ୍ଷୀରେ ବ୍ଲକର ଥାଲକୁଡି ପଞ୍ଚାୟତରେ କେତେଜଣ ପ୍ରାର୍ଥୀ ଭୋଟ ହାତେଇବାକୁ ନକଲି ଭତ୍ତା ବହି ସହ ଟଙ୍କା ବାଣ୍ଟିଥିବା ଅଭିଯୋଗ ହୋଇଛି। ହିତାଧିକାରୀମାନଙ୍କୁ ଦିଆଯାଇଥିବା ବହିରେ ସରକାରୀ ଷ୍ଟାମ୍ପ କିମ୍ବା ବ୍ଲକ୍‌ ଉନ୍ନୟନ ଅଧିକାରୀଙ୍କ ଦସ୍ତଖତ ନ ଥିବା ଦେଖି ଭତ୍ତାବହି ଗ୍ରହଣ କରିଥିବା ହିତାଧିକାରୀମାନଙ୍କ ମନରେ ସନ୍ଦେହ ଜାତ ହୋଇଥିଲା। ଏନେଇ ବହୁ ହିତାଧିକାରୀ ଉକ୍ତ ପଞ୍ଚାୟତ ଦାୟିତ୍ୱରେ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭତ୍ତାବହି ସମ୍ପର୍କରେ ପଚାରିଥିଲେ। କାର୍ଯ୍ୟନିର୍ବାହୀ ଅଧିକାରୀ ହିତାଧିକାରୀମାନଙ୍କୁ କୌଣସି ଭତ୍ତା ବହି ପ୍ରଦାନ କରାଯାଇ ନ ଥିବା ସୂଚନା ଦେଇଥିଲେ। ଭୋଟ ପାଇବା ଲାଗି ଭୋଟରଙ୍କୁ ଏଭଳି ମିଥ୍ୟା ପ୍ରରୋଚନା କରାଯାଇଥିବା ଚର୍ଚ୍ଚାର ବିଷୟ ହେଉଛି। ଏହାବାଦ୍‌ ଉକ୍ତ ବହି ସହ ହିତାଧିକାରୀଙ୍କ ପରିବାରର ପ୍ରତି ସଦସ୍ୟଙ୍କୁ ଭୋଟ ପାଇଁ ୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିବା ଜଣାପଡିଛି। ଶତାଧିକ ମିଥ୍ୟା ଭତ୍ତାବହି ପାଇଥିବା ହିତାଧିକାରୀଙ୍କ ମଧ୍ୟରେ ଗୋବିନ୍ଦ ଚନ୍ଦ୍ର ପୋଥାଳ, ଶରତ କୁମାର ନାୟକ, ସନ୍ନ୍ୟାସୀ ମଲ୍ଲିକ୍‌ ଏବଂ ଜଗନ୍ନାଥ ନନ୍ଦି ପ୍ରମୁଖ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଶରତ ମଲ୍ଲିକଙ୍କ ନିକଟରେ ଅଭିଯୋଗ କରିଛନ୍ତି। କାର୍ଯ୍ୟନିର୍ବାହୀ ଅଧିକାରୀ ଏହି ଅଭିଯୋଗ ସମ୍ପର୍କରେ ବିଡିଓଙ୍କୁ ଅବଗତ କରାଇଥିଲେ। ଏହାପରେ ବିଡିଓ ଶ୍ୱେତା ସ୍ନିଗ୍ଧା ଘଟଣାର ତଦନ୍ତ କରି ହିତାଧିକାରୀଙ୍କଠାରୁ ନକଲି ଭତ୍ତା ବହି ଫେରାଇ ଆଣିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri