ସତସଙ୍ଗର ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଜନ୍ମତିଥିରେ ରୋଗୀଙ୍କୁ ଫଳ, ବିସ୍କୁଟ ବଣ୍ଟନ

ଭୁବନେଶ୍ବର,୧।୬(ବ୍ୟୁରୋ): ସତସଙ୍ଗର ଆଧ୍ୟାତ୍ମିକ ମୁଖ୍ୟ ପରମ ପୂଜ୍ୟପାଦ ଶ୍ରୀଶ୍ରୀଆଚାର୍ଯ୍ୟଦେବଙ୍କ ଶୁଭ ୫୬ତମ ଜନ୍ମତିଥି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହୋଇଛି। ଏହି କ୍ରମରେ ଭୁବନେଶ୍ବରରେ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟର ପକ୍ଷରୁ ମଧ୍ୟ ଏହାକୁ ପାଳନ କରାଯାଇଛି। ତେବେ ଏହି ଅବସରରେ ପୂର୍ବାହ୍ନ ୧୦.୩୦ରେ କ୍ୟାପିଟାଲ ହସ୍ପିଟାଲର ଭେଷଜ ବିଭାଗ, ଦୃଦରୋଗବିଭାଗ, ଅସ୍ଥିଶଲ୍ୟ ବିଭାଗ, ଜରାରୋଗ ବିଭାଗ, ପ୍ରସୂତୀ ଓ ସ୍ତ୍ରୀରୋଗ ବିଭାଗର ୱାର୍ଡରେ ଚିକିତ୍ସିତ ହେଉଥିବା ସମସ୍ତ ରୋଗୀଙ୍କୁ ଫଳ ଓ ବିସ୍କୁଟ ବିତରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଯୋଗ ଦେଇ ରୋଗୀମାନଙ୍କୁ ଫଳ ବିତରଣ କରିଥିବା ଦେଖିବାକୁ ମିଳିଛି। ସତସଙ୍ଗର ଆଚାର୍ଯ୍ୟଦେବଙ୍କ ଜନ୍ମତିଥିରେ ଖବରଦାତାମାନଙ୍କର ଏହି ଉଦ୍ୟମ ଲାଗି ସେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଲାଇଭର ସିଇଓ ତଥା ସଂପାଦକ ନୀଳାମ୍ବର ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସାମ୍ମୁଖ୍ୟର ଏହି ଉଦ୍ୟମକୁ ପ୍ରଶଂସା କରଛନ୍ତି। ସେହିପରି କ୍ୟାପିଟାଲ ହସ୍ପିଟାଲର ଅଧୀକ୍ଷକ ଡ. ଲକ୍ଷ୍ମୀଧର ସାହୁ ଓ ଉପଅଧୀକ୍ଷକ ଡ. ଧନଞ୍ଜୟ ଦାସ ପ୍ରମୁଖ ବରିଷ୍ଠ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ।

ସତସଙ୍ଗର ସହପ୍ରତିଋତ୍ୱିକ ତଥା ବରିଷ୍ଠ ସାମ୍ବାଦିକ ଧୃତିକାମ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭାଗବତ ତ୍ରିପାଠୀ, ଦୋଳଗୋବିନ୍ଦ ପଣ୍ଡା, ଶ୍ରୀକାନ୍ତ ସାହୁ, ବୀରଭଦ୍ର ବିଶ୍ବାଳ, ପ୍ରକାଶ ଚନ୍ଦ୍ର ସେଠୀ, ରୁଦ୍ରନାରାୟଣ ଜେନା, ସୁଧୀର କୁମାର ଜେନା, ଧନେଶ୍ବର ମହାରଣା, ନୀଳକଣ୍ଠ ସାହୁ, ପ୍ରଦୀପ କୁମାର ଦେହୁରୀ, ଶତ୍ରୁଜିତ ମହାନ୍ତି, ଭୃଗୁନାରାୟଣ ମହାରଣା, ଦୀପକ କୁମାର ପରି ଓ ସୁଧାରାଣୀ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ରୋଗୀ ଓ ସେମାନଙ୍କ ସଂପର୍କୀୟ ଏବଂ କ୍ୟାପିଟାଲ ହସ୍ପିଟାଲର କର୍ମଚାରୀ ସହଯୋଗ କରିଥିବାରୁ ସତସଙ୍ଗୀ ସାମ୍ବାଦିକ ସାମ୍ମୁଖ୍ୟ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri