ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଅଭିଭାବକମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନର ଶୁଭାରମ୍ଭ ହୋଇଛି। ଗୁରୁବାର ପୂର୍ବାହ୍ନରେ ଜିଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ଓ ଜିଲା ଯୋଜନା ସଂଯୋଜକ ତପନ କୁମାର ପ୍ରଧାନ, ଜିଲାପାଳ କବୀନ୍ଦ୍ର କୁମାର ସାହୁ ଓ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରି ଶୁଭାରମ୍ଭ କରିଥିଲେ। ଏହାପରେ ଜିଲା ଶିକ୍ଷା ଅଧିକାରୀ କୁଜୁର ଓ ଜିଲା ଯୋଜନା ସଂଯୋଜକ ପ୍ରଧାନ ପୌରାଞ୍ଚଳ ୧୧ ଓ ୫ ନମ୍ବର ୱାର୍ଡରେ ଅଭିଭାବକମାନଙ୍କୁ ନିମନ୍ତ୍ରଣ ପତ୍ର ବଣ୍ଟନ ସହ ପ୍ରବେଶ ଉତ୍ସବ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ସମସ୍ତେ ଉପସ୍ଥିତ ରହି ନାମ ଲେଖାଇବା ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେହିପରି ବାରକୋଟଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗାୟତ୍ରୀ ସାହୁ, ଡଂରା ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମାଧବ ବିଶ୍ୱାଳ, ରିଆମାଳରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଯୁକ୍ତା ସାମଲ, ବନିତା ବେହେରା, ତିଲେଇବଣିଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ସିଂ, ସାମଡ଼ କଲଣ୍ଡାଠାରେ ସମିତି ସଭ୍ୟ ପ୍ରଦୀପ କୁମାର ପ୍ରଧାନ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହରିପ୍ରିୟା ସାହୁ, ଶୈକ୍ଷିକ ତତ୍ତ୍ୱ ସଂଯୋଜିକା ଜୟଶ୍ରୀ ଅମାତ୍ୟ ଅଭିଭାବକ ନିମନ୍ତେ ନିମନ୍ତ୍ରଣ ପତ୍ର ବଣ୍ଟନ ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ। ପରେ ଅଭିଭାବକମାନଙ୍କ ଘରକୁ ଯାଇ ପ୍ରବେଶ ଉତ୍ସବ ଖଡ଼ିଛୁଆଁରେ ବିଦ୍ୟାଳୟରେ ଶିଶୁ ଉପସ୍ଥିତ ରହି ନାମ ଲେଖାଇବା ନିମନ୍ତେ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ସିଆର୍‌ସିସି ଚୂଡ଼ାମଣି ସାହୁ, ପ୍ରାଣବନ୍ଧୁ ଘଡେଇ, ବସନ୍ତ କୁମାର ବେହେରା, ଯଦୁମଣି ବେହେରା, କୁମୁଦବନ୍ଧୁ ପ୍ରଧାନ, ସଞ୍ଜୟ ସିଂ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ପ୍ରକାଶ ଥାଉ କି ଚଳିତଶିକ୍ଷା ବର୍ଷ ୪୪୬ଟି ସରକାରୀ ବିଦ୍ୟାଳୟରେ ଶିଶୁ ବଟିକା ଶ୍ରେଣୀରେ ୩୨୨୬ ଓ ପ୍ରଥମ ଶ୍ରେଣୀରେ ୧୯୪୩ ଜଣ ଯୋଗ୍ୟ ଶିଶୁମାନଙ୍କ ଅଭିଭାବକମାନଙ୍କୁ ପ୍ରବେଶ ଉତ୍ସବରେ ନିମନ୍ତ୍ରଣ ପଠାଯିବା ସମଗ୍ର ଶିକ୍ଷା ପକ୍ଷରୁ ବ୍ୟବସ୍ଥା କରାଯିବ। ଏହି ପ୍ରକ୍ରିୟା ଆଗାମୀ ୨୫ ତାରିଖ ସୁଦ୍ଧା ସମାପ୍ତ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri