‘୧୨୫ କୋଟିର ଋଣ ମଞ୍ଜୁରୀ ପତ୍ର ବଣ୍ଟନ’

ଭୁବନେଶ୍ୱର,୨୧।୧୧: ସେଣ୍ଟ୍ରାଲ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଏକ ଗ୍ରାହକ ସମ୍ମିଳନୀ ତଥା ମେଗା ଋଣ ଶିବିରର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ଅନ୍ତର୍ଗତ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ୧୨୫ କୋଟି ଟଙ୍କାର ଋଣ ମଞ୍ଜୁରୀ ପତ୍ର ବଣ୍ଟନ ହୋଇଥିଲା। ଏହି ଅବସରରେ ସିବିଓଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଲୋକ ଶ୍ରୀବାସ୍ତବଙ୍କ ସମେତ ବ୍ୟାଙ୍କର କୋଲକାତା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଅଜୟ କୁମାର ସିଂ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଅନାଦି ବିଶ୍ୱାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେହିଭଳି ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସ ସମ୍ପର୍କିତ ବ୍ୟାଙ୍କର କାର୍ଯ୍ୟଦକ୍ଷତା ଉପରେ ଶ୍ରୀବାସ୍ତବ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ପିସିଏରୁ ବାହାରି ବ୍ୟାଙ୍କ ବର୍ତ୍ତମାନ ଅତ୍ୟନ୍ତ ଭଲ ସ୍ଥିତିରେ ରହିଛି ଏବଂ ଏହା ଗ୍ରାହକମାନଙ୍କ ଆବଶ୍ୟକତାକୁ ପୂରଣ କରିପାରିବ ବୋଲି ସେ ମତପ୍ରକାଶ କରିଥିଲେ। ସେହିପରି ବ୍ୟାଙ୍କ ପାଖରେ ଯଥେଷ୍ଟ ପରିମାଣର ପୁଞ୍ଜି ମହଜୁଦ ସାଙ୍ଗକୁ ବ୍ୟାଙ୍କିଙ୍ଗ୍‌ ଇଣ୍ଡଷ୍ଟ୍ରିରେ ଏହାର ସର୍ବନିମ୍ନ ସୁଧ ହାର ରହିଛି ବୋଲି ସେ କହିଛନ୍ତି। ବିଶେଷ କରି ଗ୍ରାହକଙ୍କ ସହିତ ଭାବବିନିମୟ କରିବା ସହ ସେମାନଙ୍କୁ କିପରି ଉତ୍ତମ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇ ଦେଇ ହେବ ସେ ନେଇ ଗ୍ରାହକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷରେ ବ୍ୟାଙ୍କର ବିଭିନ୍ନ ଶାଖା ମୁଖ୍ୟମାନଙ୍କ ସହ ସେ ବିସ୍ତୃତ ଆଲୋଚନା କରିଥିଲେ ଏବଂ ପ୍ରତ୍ୟେକ ଜରୁରୀ ଗ୍ରାହକଙ୍କ ପାଖରେ ବ୍ୟାଙ୍କିଙ୍ଗ୍‌ ସେବା ପହଞ୍ଚାଇବାକୁ ଶ୍ରୀବାସ୍ତବ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସିବିଓଆଇ ଭୁବନେଶ୍ୱର କ୍ଷେତ୍ରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ ନିକଟରେ ସିବିଓଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଲୋକ ଶ୍ରୀବାସ୍ତବ ପ୍ରଥମ ଥର ପାଇଁ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri