Posted inରାଜ୍ୟ

ଜାତୀୟ କୃମିନାଶକ ଦିବସରେ ରାଜ୍ୟର ୧୯ଟି ଜିଲାରେ ଔଷଧ ବଣ୍ଟନ

ଭୁବନେଶ୍ୱର,୧୦ା୮: ଜାତୀୟ କୃମିନାଶକ ଦିବସ ପାଳନ ଅବସରରେ ଆଜି ରାଜ୍ୟର ୧୯ଟି ଜିଲାରେ କୃମିନାଶକ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଜିଲାଗୁଡ଼ିକରେ ୧ରୁ ୧୯ ବର୍ଷ ପର୍ଯ୍ୟନ୍ତ ବାଳକ, ବାଳିକା ଏବଂ ୨୦ରୁ ୨୪ ବର୍ଷ ପର୍ଯ୍ୟନ୍ତ ମହିଳାଙ୍କୁ ଔଷଧ ପ୍ରଦାନ କରାଯାଉଛି । ଅନ୍ୟ ୧୧ଟି ଜିଲାରେ ଫାଇଲେରିଆ ସମୂହ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହି ଜିଲାଗୁଡିକରେ ୨ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଡି.ଇ.ସି. ବଟିକା ସହିତ କୃମିନାଶକ ଔଷଧ ଏବଂ ୧ରୁ ୨ ବର୍ଷ ପିଲାଙ୍କୁ କେବଳ କୃମିନାଶକ ଔଷଧ ପ୍ରଦାନ କରାଯାଉଛି । ଔଷଧ ସେବନ କରିପାରି ନ ଥିବା ବାଳକ, ବାଳିକା
ଏବଂ ମହିଳାଙ୍କୁ ଆସନ୍ତା ୧୭ ତାରିଖ ଦିନ ଔଷଧ ପ୍ରଦାନ କରାଯିବ । ବିଦ୍ୟାଳୟଗୁଡ଼ିକରେ ଶିକ୍ଷକମାନଙ୍କ ଦ୍ୱାରା କୃମିନାଶକ ଔଷଧ ବଣ୍ଟନ କରାଯିବ ।

ଭଦ୍ରକ ଜିଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ କୃମିନାଶକ ବଟିକା ପ୍ରଦାନ କରାଯାଇଛି । ସେହିପରି ଗଜପତି ଜିଲା ଗୋଷାଣୀ ବ୍ଲକ୍‍ ଅନ୍ତର୍ଗତ ନୂଆକେରାଣ୍ଡିଠାରେ
ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ସୌମ୍ୟାରାଣୀ ଗୌଡ଼ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବ୍ୟାପୀ କୃମିନାଶକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ଚଳିତ ଥର ଜିଲ୍ଲାରେ ଥିବା ୧ ହଜାର ୨ଟି ସ୍କୁଲ୍‍ ଏବଂ ୨ ହଜାର ୪୩୬ଟି ଅଙ୍ଗନୱାଡ଼ି କେନ୍ଦ୍ରରେ ସାମୂହିକ ଔଷଧ ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି ।

ଦେବଗଡ଼ଠାରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାତ କୁମାର ଓଝା ଯୋଗଦେଇ ସୁନ୍ଦର ସ୍ୱାସ୍ଥ୍ୟ ଏବଂ ସୁସ୍ଥ ଜୀବନ ପାଇଁ ପିଲାମାନେ କୃମିନାଶକ ବଟିକା ଖାଇବାବାର ଆବଶ୍ୟକତା ରହିଥିବା କହିଛନ୍ତି ।

ସେହିପରି କେନ୍ଦ୍ରାପଡ଼ାଠାରେ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଚ୍ଚିଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲାସ୍ତରୀୟ କୃମିନାଶକ ଦିବସ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି ମାଧ୍ୟମରେ ଔଷଧ ବଣ୍ଟନ କରାଯିବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri