ଭୋଟ୍‌ ଦେବାକୁ ଚାଲିଛି ଟଙ୍କା ବଣ୍ଟା, ଭାଇରାଲ ହେଉଛି ଭିଡିଓ…

କଟକ,୨୪ା୫ (କାର୍ତ୍ତିକ ସାହୁ): ରାତି ପାହିଲେ ଭୋଟଦାନ। ମାତ୍ର ତା’ ପୂର୍ବରୁ ଏସ୍‌ଏଚ୍‌ଜି ମହିଳାଙ୍କୁ ୫୦୦ ଟଙ୍କିଆ ନୋଟ୍‌ ଦେଇ  ଭୋଟ ଦେବା ନିମନ୍ତେ ପ୍ରଲୋଭିତ କରାଯାଉଛି। କଟକ ସହରରେ ସଂଘଟିତ ଏଭଳି ଏକ ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଗୋଟିଏ ଏସ୍‌ଏଚ୍‌ଜିର ସଦସ୍ୟାମାନେ ଏକତ୍ରିତ ହୋଇ ବୈଠକ କରିଥିବା ଦେଖାଯାଉଛି। ଏସ୍‌ଏଚ୍‌ଜିର ଜଣେ ସଦସ୍ୟା ସମ୍ଭବତଃ ମୁଖିଆ ହୋଇପାରନ୍ତି ଜଣ ଜଣ କରି ୫୦୦ ଟଙ୍କିଆ ନୋଟ ବାଣ୍ଟୁଛନ୍ତି। ଟଙ୍କା ବାଣ୍ଟି ସାରିବା ପରେ ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜେଡିର ବିଧାୟକ ଓ ଏମ୍‌ସି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ କହୁଛନ୍ତି। ବିଜେଡି ତଥା ନବୀନ ଆମ ପାଇଁ ଅନେକ କିଛି କରିଛନ୍ତି। ତେଣୁ ପ୍ରତ୍ୟେକଙ୍କ ପରିବାରର ସମସ୍ତ ଲୋକେ ବିଜେଡିକୁ ଭୋଟ ଦେବା ନିମନ୍ତେ କୁହାଯାଉଛି। ଅପରପକ୍ଷରେ ଏହି ଘଟଣାଟି ବିଡ଼ାନାସୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚା ହେଉଥିବା ବେଳେ ବିଡ଼ାନାସୀ ଥାନା ଆଇଆଇସି ଯୁବରାଜ ସ୍ବାଇଁ ଏଭଳି ଘଟଣା ସଂକ୍ରାନ୍ତରେ ତାଙ୍କ ନିକଟରେ କୌଣସି ସୂଚନା ନ ଥିବା କହିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, କଟକ ମହାନଗର ନିଗମ ୬ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ଇମାମନଗରବସ୍ତିରେ ଭୋଟ ପାଇଁ ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଗୁରୁବାର ସନ୍ଧ୍ୟାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସମ୍ପୃକ୍ତ ଅଞ୍ଚଳର ଅଙ୍ଗନବାଡ଼ି ଦିଦି ଟଙ୍କା ବାଣ୍ଟୁଥିବା କେତେକ ଲୋକେ ଅଭିଯୋଗ କରିଥିଲେ। ଖବର ପାଇବା ପରେ ପୋଲିସ ଉକ୍ତ ବସ୍ତିରେ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ପୋଲିସ ୪ ଜଣ ମହିଳାଙ୍କୁ ଥାନାରେ ଏନେଇ ପଚରାଉଚୁରା କରି ପରେ ଛାଡ଼ି ଦେଇଥିବା ମର୍କତନଗର ଥାନା ଆଇଆଇସି କମଳାକାନ୍ତ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?