ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ବ୍ଲକ ଅଧୀନ ଏମ.ବାସୁଦେବପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପବିତ୍ର ଓଡ଼ିଶା ଦିବସ ମହାସମାରୋହରେ ପାଳନ କରାଯିବା ସହ ଛାତ୍ରୀଛାତ୍ରଙ୍କୁମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ସହକାରୀ ଶିକ୍ଷୟିତ୍ରୀ ଚିନ୍ମୟୀ ନାୟକ,ସସ୍ମିତା ପ୍ରଧାନ,ସୁମନ ରଥ, ଶିକ୍ଷକ ଅଭୟ କୁମାର ପାଢ଼ୀ,ଶରତ କୁମାର ବେହେରା,ଆର.ରବୀନ୍ଦ୍ର ନାଥ ଏବଂ ଦଣ୍ଡପାଣି ନାୟକ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ଦିଗପହଣ୍ଡି ବ୍ଲକର ସମସ୍ତ ବିଦ୍ୟାଳୟରେ ମଙ୍ଗଳବାରଠାରୁ ଛାତ୍ରୀଛାତ୍ରଙ୍କୁ ମାଣ୍ଡିଆରେ ପ୍ରସ୍ତୁତ ଲଡୁ ବଣ୍ଟନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri