ୟୁନିୟନ୍‌ ବ୍ୟାଙ୍କ ପକ୍ଷରୁ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ

ଭୁବନେଶ୍ୱର,୬।୭: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ସାମାଜିକ କାର୍ଯ୍ୟକ୍ରମ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କେନ୍ଦୁପାଲି ଗ୍ରାମର ଆର୍ଥିକ ଅନଗ୍ରସର ମହିଳାମାନଙ୍କୁ ୨୦୦ ସୋଲାର ଟ୍ୟୁବ୍‌ ଲାଇଟ୍‌ ବଣ୍ଟନ କରାଯାଇଛି। ଉଲ୍ଲେଖଯୋଗ୍ୟ, ୟୁନିୟନ୍‌ ବ୍ୟାଙ୍କର ସୋସିଆଲ ଫାଉଣ୍ଡେଶନ୍‌ ଏବଂ ପରିଚୟ ଫାଉଣ୍ଡେଶନ୍‌ର ମିଳିତ ସହଯୋଗରେ ଉକ୍ତ ବଣ୍ଟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ବ୍ୟାଙ୍କର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଉକ୍ତ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର ଅଞ୍ଚଳ ମୁଖ୍ୟ ସର୍ଭେଶ ରଞ୍ଜନ, ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ଧର୍ମେନ୍ଦ୍ର ରାଜୋରିଆ, ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ପ୍ରବନ୍ଧକ ସମ୍ବିତ ମିଶ୍ରଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମାଜର ପ୍ରତ୍ୟେକ ବର୍ଗ ପାଇଁ ବିଭିନ୍ନ ଆବଶ୍ୟକତା ଭିିତ୍ତିକ ପ୍ରତିଯୋଗିତାମୂଳକ ଉପତ୍ାଦ ସହିତ ୧୪କୋଟିରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଉଛି ଏବଂ ସମାଜକୁ ସମର୍ଥନ କରିବା ପାଇଁ ବିଭିନ୍ନ ସରକାରୀ ଯୋଜନାରେ ସକ୍ରିୟ ଅଂଶଗ୍ରହଣ କରୁଛି। ଏପରିକି ବ୍ୟାଙ୍କ କ୍ରମାଗତ ଭାବେ ସମଗ୍ର ଦେଶରେ ଏହିପରି ସିଏସ୍‌ଆର୍‌ କାର୍ଯ୍ୟକ୍ରମ ଆୟୋଜିତ କରି ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ସାହାଯ୍ୟ କରିଆସୁଛି। ପରିଶେଷରେ ପରିଚୟ ଫାଉଣ୍ଡେଶନ୍‌ର ସଂସ୍ଥାପକ ଡ. ରୋଜାଲିନ୍‌ ପାଟଶାଣୀ ମିଶ୍ର ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏତାଦୃଶ କାର୍ଯ୍ୟ ପାଇଁ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri