କେଭିଆଇସି ପକ୍ଷରୁ ଟୁଲ୍‌ କିଟ୍‌ ବଣ୍ଟନ

ଭୁବନେଶ୍ୱର,୫।୩: ଖଦି ଆଣ୍ଡ ଭିଲେଜ ଇଣ୍ଡଷ୍ଟ୍ରି କମିଶନ(କେଭିଆଇସି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ଏକ ମେଗା ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ କେଭିଆଇସିର ଅଧ୍ୟକ୍ଷ ମନୋଜ କୁମାର, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀ (କାରିଗର) ମାନଙ୍କୁ ଯନ୍ତ୍ରପାତି ଓ ଟୁଲ୍‌ କିଟ୍‌ ପ୍ରଦାନ କରିଥିଲେ। ଏ ସମ୍ପର୍କରେ କେଭିଆଇସିର ଅଧ୍ୟକ୍ଷ ମନୋଜ କୁମାର କହିଥିଲେ, ସହାୟତା ମାଧ୍ୟମରେ ହିତାଧିକାରୀଙ୍କ ମଧ୍ୟରେ ଉନ୍ନତି ଆଣିବା କେଭିଆଇସିର ମୂଳ ଲକ୍ଷ୍ୟ ହୋଇଥିଲାବେଳେ ସରକାରଙ୍କ ବିଭିନ୍ନ ଯୋଜନା ଓ କେଭିଆଇସିର ପଦକ୍ଷେପଗୁଡିକ ମଧ୍ୟ ହିତାଧିକାରୀଙ୍କ ହିତରେ କରାଯାଉଛି। ସେହିଭଳି ହନି ମିଶନ ଓ ଗ୍ରାମୋଦ୍ୟୋଗ ବିକାଶ ଯୋଜନା ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମଧ୍ୟ ସେ ଘୋଷଣା କରିଛନ୍ତି। ଏପରିକି କାରିଗରମାନଙ୍କୁ ଯନ୍ତ୍ରପାତି ଓ ଟୁଲ୍‌ କିଟ୍‌ ସହାୟତା ପ୍ରଦାନ କରି ସେମାନଙ୍କର ଦକ୍ଷତାକୁ ସୁଦୃଢ କରିବା ଓ ପାରମ୍ପରିକ ଶିଳ୍ପଗୁଡିକର ବିକାଶ ପାଇଁ ଏକ ଲକ୍ଷ୍ୟ ସହିତ ବିବକ୍ସ, ଇଲେକ୍‌ଟ୍ରିକ ପୋଟର୍ସ ହ୍ବିଲ୍‌, ପେପର୍‌ ମେଶିନ ଓ ସବାଇ ଗ୍ରାସ୍‌ ବ୍ୟାନ୍‌ ନିର୍ମାଣକାରୀ ଟୁଲ୍‌ ବିତରଣ କରିଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଖଦି ଇନଷ୍ଟିଟ୍ୟୁଶନ୍ସ ଫେଡରେଶନ ସଚିବ ଗୋପୀନାଥ ଖାଡ଼େଙ୍ଗା, କେଭିଆଇସି ଡେପୁଟି ଚିଫ ଏକ୍‌ଜିକ୍ୟୁଟିଭ ଅଫିସର ଏସ.ଏସ.ସିଲ୍‌ ଏବଂ କେଭିଆଇସି ଭୁବନେଶ୍ୱର ରାଜ୍ୟ ନିର୍ଦ୍ଦେଶକ ଆଇ.ଜୱାହର ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri