ମୀରାରାଣୀ ବ୍ଲକ୍‌ ଅଧ୍ୟକ୍ଷା ବୋଲି ଜିଲା ପ୍ରଶାସନର ଘୋଷଣା

ମହାକାଳପଡ଼ା,୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା ପଦକୁ ନେଇ ବିବାଦ ଲାଗିରହିଥିଲା। ପୂର୍ବତନ ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତଙ୍କୁ ମେ’୨୮ରେ ଅନାସ୍ଥା ପ୍ରସ୍ତାବରେ ହରାଇବା ପରେ ଜୁନ୍‌ ୨୪ରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ଗଡ଼ ରୋମିତ ପଞ୍ଚାୟତ ସମିତିସଭ୍ୟା ମୀରାରାଣୀ ମହାନ୍ତି ଏକମାତ୍ର ପ୍ରାର୍ଥୀନୀ ଭାବେ ନାମାଙ୍କନପତ୍ର ଦଖଲ କରିଥିଲେ। ପରେ ଏହାକୁ ବ୍ଲକର ୩୧ ପଞ୍ଚାୟତର ୨୫ ସମିତି ସଭ୍ୟ ସମର୍ଥନ କରିଥିଲେ। ଫଳରେ ପ୍ରଶାସନ ପକ୍ଷରୁ ମୀରାରାଣୀଙ୍କୁ ସର୍ବସମ୍ମତି କ୍ରମେ ବିଜୟୀ ଘୋଷଣ କରାଯାଇଥିଲା। ଏହି ଉପନିର୍ବାଚନ ବିଜୟୀ ଫଳାଫଳକୁ ନେଇ ପୂର୍ବତନ ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ଓଡ଼ିଶା ହାଇକୋର୍ଟରେ ରିଟ ପିଟିସନ ଦାଖଲ କରାଯାଇଥିଲା। ହେଲେ ବ୍ଲକ ଉପନିର୍ବାଚନ ଫଳାଫଳ ଘୋଷଣା ପରେ ହାଇକୋର୍ଟଙ୍କ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଆସି ଜିଲାପାଳଙ୍କ ଅଫିସରେ ସେଦିନ ସନ୍ଧ୍ୟାରେ ପହଞ୍ଚତ୍ ଥିଲା। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଫଳାଫଳ ଘୋଷଣା ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ପହଞ୍ଚିବା ପୂର୍ବରୁ କେନ୍ଦ୍ରାପଡ଼ା ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ନିଜ ସ୍ବାକ୍ଷରରେ ବିଜ୍ଞପ୍ତି ସଂଖ୍ୟା ୧୦୮୦/ ୨୪।୬ା୨୫ରେ ମୀରାରାଣୀ ବିଜୟୀ ବୋଲି ଉଲ୍ଲେଖ ରହିଛି। ଅପରପକ୍ଷେ ଓଡ଼ିଶା ପଞ୍ଚାୟତ ସମିତି ନିର୍ବାଚନ ନିୟମାବଳୀ ୧୯୯୧ ନିୟମ -୪୫ (୨) ଓ ରାଜ୍ୟ ନିର୍ବାଚନ ଆୟୋଗ ଓଡ଼ିଶାଙ୍କ ବିଜ୍ଞପ୍ତି ସଂଖ୍ୟା ୧୬୧୧/ ୧୩।୬।୨୫ ପଞ୍ଚାୟତିରାଜ ଅନୁଷ୍ଠାନର ଉପ ନିର୍ବାଚନ – ୨୦୨୫ ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ବ୍ଲକ ଅଧ୍ୟକ୍ଷା ପଦ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହାର ଏକ କିତା ନକଲ ସମସ୍ତ କାର୍ଯ୍ୟାଳୟକୁ ପ୍ରେରଣ କରାଯାଇଛି ବୋଲି ଉଲ୍ଲେଖ ରହିଛି। ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନ କହିଛନ୍ତି, ପଞ୍ଚାୟତ ସମିତି ଉପ ନିର୍ବାଚନ ବିଧି ଅନୁସାରେ ବ୍ଲକ ଅଧ୍ୟକ୍ଷା ପଦରେ ମୀରାରାଣୀ ମହାନ୍ତିଙ୍କୁ ବିଜୟୀ ଘୋଷଣା କରାଯାଇଛି ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?