କୁମ୍ଭାରିପଦରରେ ଜିଲାପାଳ-ଉପଜିଲାପାଳ: ସ୍ଥିତି ପରଖିଲା ଜିଲ୍ଲା ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା “ମାନ୍ଥା”କୁ ନେଇ ତତ୍ପରତା ହୋଇଛି ଜିଲ୍ଲା ପ୍ରଶାସନ। ଅତି ଦୁର୍ଗମ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦର ଗ୍ରାମରେ ଅପରାହ୍ନରେ କନ୍ଧମାଳ ଜିଲାପାଳ ବେଦ ଭୂଷଣ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ ପହଞ୍ଚି ସ୍ଥିତି ପରଖିଛନ୍ତି। ଦୁର୍ଗମ ଗ୍ରାମରେ ହଠାତ ୨ ଜଣ ଆଇଏଏସ ଅଧିକାରୀଙ୍କୁ ପାଖରେ ପାଇ ଅଞ୍ଚକବାସୀ ଖୁସି ଅନୁଭବ କରିବା ସହ ତାଙ୍କ ସମସ୍ୟା ସମ୍ପର୍କରେ ଜଣାଇଛନ୍ତି। ୨ ଆଇଏଏସ ଅଧିକାରୀଙ୍କ ସହ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର ଓ ଅନ୍ୟ ଅଧିକାରୀ ମଧ୍ୟ କୁମ୍ଭାରିପଦର ଗ୍ରାମରେ ପହଞ୍ଚି ଏକାଧିକ ଥର ଭୂସ୍ଖଳନ ହୋଇଥିବା ସ୍ଥାନକୁ ବୁଲି ଦେଖିଛନ୍ତି। ତେବେ ସେହି ଅଞ୍ଚଳରେ ଏବେ କୌଣସି ଅସୁବିଧା ନ ଥିବାରୁ କୁମ୍ଭାରିପଦର ଗ୍ରାମବାସୀଙ୍କୁ ପୂର୍ବ ବାତ୍ୟା ଭଳି ଆଶ୍ରୟସ୍ଥଳକୁ ଅଣାଯାଇନାହିଁ ଆବଶ୍ୟକ ପଡ଼ିଲେ ସେମାନଙ୍କୁ ତୁରନ୍ତ ନିକଟସ୍ଥ ତାମାଙ୍ଗି ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇପାରେ ବୋଲି କୁହାଯାଇଛି । ଜିଲାପାଳ ଏବଂ ଉପଜିଲାପାଳ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସମ୍ଭାବିତ ଭୂସ୍ଖଳନ ସ୍ଥାନ ବୁଲିଦେଖିବା ସହ ବିଡ଼ିଓ ଏବଂ ତହସିଲଦାର ପଞ୍ଚାୟତ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ବାତ୍ୟା ସମ୍ପର୍କିତ ମୁକାବିଲା ପାଇଁ ସମୀକ୍ଷା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା,

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?