Posted inରାଜ୍ୟ

ଡାହାଣୀ ସନ୍ଦେହରେ ଗାଁରୁ ତଡ଼ା ଖାଇଥିବା ଦମ୍ପତ୍ତିଙ୍କୁ ଉଦ୍ଧାର କଲା ପ୍ରଶାସନ

ବାଲିଆପାଳ,୪।୧: ଡାହାଣୀ ସନ୍ଦେହରେ ଗାଁରୁ ତଡା ଖାଇଥିବା ଏକ ଦମ୍ପତିଙ୍କୁ ଅସହାୟ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି। ଉକ୍ତ ଦମ୍ପତି ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଶ୍ରୀରାମପୁର ପଞ୍ଚାୟତ ମହିଷାମୁଣ୍ଡା ଗ୍ରାମର ଲୁସ୍କୁ ଟୁଡୁ ଓ ତାଙ୍କ ସ୍ତ୍ରୀ ରୁକ୍ମିଣୀ। ବାଲିଆପାଳ ତହସିଲଦାରଙ୍କ ନିର୍ଦ୍ଦେଶରେ ଅତିରିକ୍ତ ରାଜସ୍ବ ନୀରିକ୍ଷକ ନିରଞ୍ଜନ ସିଂ ସେମାନଙ୍କୁ ଉଦ୍ଧାର କରି ନିଖିରା ପଞ୍ଚାୟତ ପାଳପଡ଼ା ୱାର୍ଡ଼ମେମ୍ବର ତଥା ତାଙ୍କ ସମ୍ପର୍କୀୟ ସରସ୍ବତୀ ହେମ୍ବ୍ରମଙ୍କ ଘରେ ଆଶ୍ରୟ ଦେଇଛନ୍ତି।
କିଛିମାସ ପୂର୍ବରୁ ଲୁସ୍କୁଙ୍କ ବଡ଼ଭାଇଙ୍କ ଦୁଇ ପୁଅ ରୋଗରେ ପଡ଼ି ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ପାଇଁ ଲୁସ୍କୁଙ୍କ ସ୍ତ୍ରୀ ରୁକ୍ମିଣୀଙ୍କୁ ସନ୍ଦେହ କରି ତାଙ୍କ ବଡଭାଇ ଗ୍ରାମବାସୀଙ୍କୁ ଜଣାଇଥିଲେ। ପରେ ଗ୍ରାମବାସୀ ଲୁସ୍କୁଙ୍କ ଘରକୁ ଯାଇ ଉଭୟ ସ୍ତ୍ରୀସ୍ବାମୀଙ୍କୁ ମୟୂରଭଞ୍ଜର ଏକ ତାନ୍ତ୍ରିକ ପାଖକୁ ନେଇଯାଇଥିଲେ। ଉକ୍ତ ତାନ୍ତ୍ରିକ ଜଣକ ଉଭୟ ଦମ୍ପତି ଡାହାଣୀ ବୋଲି ଗ୍ରାମବାସୀଙ୍କୁ ଜଣାଇଥିଲେ। ପରେ ଗ୍ରାମବାସୀ ସେମାନଙ୍କୁ ମାର୍‌ପିଟ କରିବା ସହିତ ଜବରଦସ୍ତ ସାଧା କାଗଜରେ ଲେଖି ଟିପ ଚିହ୍ନ ନେଇ ଗ୍ରାମରୁ ତଡ଼ି ଦେଇଥିଲେ। ସେମାନେ ଭୟରେ ଗାଁରୁ ପଳାଇ ଆସି ଅନ୍ୟ ଏକ ଗ୍ରାମ ରାସ୍ତାର ପାଣି ନିଷ୍କାସନ ପାଇଁ ପଡ଼ିଥିବା ହ୍ୟୁମ୍‌ପାଇପ୍‌ ତଳେ ହାଡ଼ଭଙ୍ଗା ଶୀତ କାକରରେ ଦୟନୀୟ ଅବସ୍ଥାରେ ଜୀବନ ବିତାଉ ଥିଲେ। ଏହି ସମ୍ପର୍କରେ ବାଲିଆପାଳ ତହସିଲଦାର ଦୀପକ ଦାସ ଖବର ପାଇଥିଲେ। ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ଦମ୍ପତିଙ୍କୁ ଉଦ୍ଧାର କରାଯାଇଥିଲା। ଦମ୍ପତିଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବାଲିଆପାଳ ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?