ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଥିଲେ ହେଁ ଏନ୍‌ଏଚ୍‌ଏଆଇ ଓ ଜିଲା ପ୍ରଶାସନ ପକ୍ଷରୁ କୌଣସି ଦୃଢ଼ ପଦକ୍ଷେପ ନିଆଯାଉନାହିଁ ବୋଲି ଧରିତ୍ରୀ ଖବର କାଗଜରେ ନ୍ୟୁଜ୍‌ ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଛି। ତେବେ ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଥିବା ହମ୍ପସକୁ ଗୁରୁବାର ପ୍ରଶାସନ ଏକ ଜେସିବି ମେଶିନ ସାହାଯ୍ୟରେ ହଟାଇ ଦେଇଥିବା ଦେଖିବାକୁ ମିଳିଛି।

ପ୍ରକାଶ ଯେ, ଡିସେମ୍ବର ୧୮ରେ ଏକ ସିରିଜ୍‌ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ତୀର୍ଥଯାତ୍ରୀ ଆହତ ହୋଇଥିଲେ। ଏହା ପରଠାରୁ ନିୟମିତ ଭାବେ ଛୋଟବଡ଼ ଦୁର୍ଘଟଣା ଘଟିଚାଲିଛି। ୧ ମାସ ମଧ୍ୟରେ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଯାଇଥିଲା। ବୁଧବାର ସକାଳ ସମୟରେ ଏକ ଟ୍ରକ୍‌ ଏବଂ ଏକ କାର ମଧ୍ୟରେ ଦୁର୍ଘଟଣା ଘଟି ରାସ୍ତା ପାଖରେ ଥିବା ସୁରକ୍ଷାବାଡ଼କୁ ଧକ୍କାଦେଇ ୧୦ଫୁଟ୍‌ ତଳକୁ ଗଳିପଡ଼ିଥିଲା। କାର୍‌ରେ ଥିବା ୩ ଜଣ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ କଟକ ସ୍ଥାନାନ୍ତର କରାଯାଇଛି। ବିଶେଷକରି କୋଳିମାଟି ନିକଟରେ ଦରଖଳା ଘାଟି ରହିଛି। ଦୀର୍ଘ ୬ କି.ମି. ଘାଟି ରାସ୍ତା ଅତିକ୍ରମକରି ଆସୁଥିବା ଭାରିଯାନ ଏଠାରେ ପହଞ୍ଚତ୍ବା ବେଳକୁ ବେଗ ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ହେଉଛି। କିନ୍ତୁ ଏଠାରେ ଏନ୍‌ଏଚ୍‌ଏଆଇ ପକ୍ଷରୁ ବେଗ ନିୟନ୍ତ୍ରକ, ସୂଚନାଫଳକ, ସ୍ପିଡ୍‌ ବ୍ରେକର, ଆଲୋକ ବ୍ୟବସ୍ଥା କରାଯାଇନାହିଁ। ଗତ ୨୫ ତାରିଖରୁ କୋଳିମାଟି ସାପ୍ତାହିକ ହାଟକୁ କିଛି ଦୂରକୁ ନିଆଯାଇଥିଲେ ମଧ୍ୟ ଏହା ସ୍ଥାୟୀ ସମାଧାନ ନୁହେଁ। ଜାନୁଆରୀ ୨୩ରେ ଆନନ୍ଦପୁର ଆଡ଼କୁ ଆସୁଥିବା ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ସା ପର୍ଯ୍ୟନ୍ତ ରାସ୍ତା ଉପରେ ଟ୍ୟାଙ୍କର ପଡ଼ି ରହିଥିଲା। ଫଳରେ ଯାତାୟାତ ବାଧାପ୍ରାପ୍ତହେବା ସହ ଦୁର୍ଘଟଣାର କାରଣ ସାଜୁଛି। ଉକ୍ତ ଦିନ ସନ୍ଧ୍ୟାରେ ମଧ୍ୟ ଏକ ଟ୍ରେଲର ଓ ଟ୍ରକ୍‌ ମଧ୍ୟରେ ଧକ୍କା ଘଟିଥିଲା। ସ୍ଥାନୀୟ ବାସିନ୍ଦା ସଞ୍ଜିତ ମହାରଣା କହିଛନ୍ତି, ବେଗ୍‌ ନିୟନ୍ତ୍ରଣ ପାଇଁ ସୂଚନାଫଳକ, ସ୍ପିଡ୍‌ ବ୍ରେକର ଓ ଟ୍ରାଫିକ ମନିଟରିଂ ବ୍ୟବସ୍ଥା ନ ଥିବାରୁ ଚାଳକମାନେ ସତର୍କ ହୋଇପାରୁନାହାନ୍ତି। ଏନ୍‌ଏଚ୍‌ଏଆଇ ଓ ଜିଲା ପ୍ରଶାସନ ଏ ଦିଗରେ ଧ୍ୟାନଦୋବକୁ ଦାବି ହୋଇଥିଲା।ଏଥିସହ ଫ୍ଲାଏଓଭର କିମ୍ବା ଅଣ୍ଡରପାସ୍‌ ନିର୍ମାଣ ଆବଶ୍ୟକ ବୋଲି ସ୍ଥାନୀୟ ଲୋକେ ମତବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri