ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ଛତ୍ରପୁର,୧୫ା୧୧(ଦିଲ୍ଲୀପ ସାମଲ): ଆସନ୍ତା ୧୮ ଓ ୧୯ ତାରିଖରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଛତ୍ରପୁରଠାରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମୀକ୍ଷା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଆସନ୍ତା ୧୬ ତାରିଖ ସୁଦ୍ଧା ସମୁଦ୍ରରୁ ଫେରିଆସିବାକୁ ମତ୍ସ୍ୟଜୀବୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଥିବାବେଳେ, କ୍ଷୟକ୍ଷତି ଏଡ଼ାଇବା ପାଇଁ ପାଚିଲା ଫସଲ ତୁରନ୍ତ ଅମଳ କରିନେବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ଆସନ୍ତାକାଲିଠାରୁ ସମସ୍ତ ବ୍ଲକ୍‌ରେ ମାଇକ୍‌ ଯୋଗେ ଜନସଚେତନତା ସୃଷ୍ଟି କରାଯିବ। ‘ଶୂନ୍ୟ ମୃତାହତ’ ଲକ୍ଷ୍ୟ ହାସଲ ସହ ଗର୍ଭବତୀ ମହିଳା ଓ ଗୃହପାଳିତ ପଶୁଙ୍କ ସୁରକ୍ଷା ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି। ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ପାନୀୟ ଜଳ, ଶୁଖିଲା ଖାଦ୍ୟ (ଚୁଡ଼ା, ଗୁଡ଼, ବିସ୍କୁଟ) ଓ ଔଷଧ ମହଜୁଦ ରଖିବାକୁ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଜରୁରୀକାଳିନ ସ୍ଥିତି ପାଇଁ ସମସ୍ତ ସରକାରୀ ଛୁଟି ଏବଂ ସୋମବାରର ଜନଶୁଣାଣି ବାତିଲ କରାଯାଇଛି। ବିନା ଅନୁମତିରେ ସଦରମହକୁମା ନ ଛାଡ଼ିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ପୂର୍ବ ବାତ୍ୟା ‘ଅର୍ଣ୍ଣବ’ରେ ପ୍ରଭାବିତ ପରିବାରଗୁଡ଼ିକୁ ଚାଉଳ ଓ ଆର୍ଥିକ ସହାୟତା ବଣ୍ଟନ ଜାରି ରହିଛି।
ସମ୍ଭାବ୍ୟ ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ପ୍ରଶାସନର ସତର୍କ ସୂଚନା ମାନିବାକୁ ଜିଲାପାଳ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ବୈଠକରେ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ଅତିରିକ୍ତ ଜିଲାପାଳ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍‌ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…

ବାତ୍ଯା ପୂର୍ବରୁ ଆକ୍ସନ୍ ମୋଡରେ ଜିଲାପାଳ, ପୁରୁଷୋତ୍ତମପୁରରେ କଲେ ସ୍ଥିତି ସମୀକ୍ଷା

ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…

ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କଲେ ବ୍ରତଧାରୀ

ବାଲିଶଙ୍କରା,୧୫ା୧୧(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧା ଓ ଭକ୍ତିର ସହ ଛଟ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବାଲିଶଙ୍କରା ଡୁଡୁଙ୍ଗନାଳା…

୬୦ ଦିନ ପାଇଁ ଗୃହବନ୍ଦୀ ୱାଙ୍ଗଚୁକ୍‌! ବାହାରକୁ ଯିବାକୁ ରୋକିଲା ପୋଲିସ

ନୂଆଦିଲ୍ଲୀ,୧୫ା୧୧: ଲଦାଖର ସାମାଜିକ କର୍ମୀ ସୋନମ୍‌ ୱାଙ୍ଗଚୁକ୍‌ଙ୍କୁ ଆସନ୍ତା ୬୦ ଦିନ ପାଇଁ ଗୃହବନ୍ଦୀ କରିଛି ଲଦାଖ ପ୍ରଶାସନ । ଲେହର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌ ଜାରି…

ମାଇକ୍ରୋସଫ୍ଟ ଆଉଟେଜ୍ ଯୋଗୁ କ୍ଷତି ସହିଛନ୍ତି କି? କମ୍ପାନୀ ଦେଉଛି ୧୦୦% ପର୍ଯ୍ୟନ୍ତ କ୍ରେଡିଟ୍, ଜାଣନ୍ତୁ କ୍ଲେମ୍ କରିବାର …

ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…

ଛତ୍ରପୁର ପୌରପରିଷଦରେ ବଢ଼ୁଛି ଅବ୍ୟବସ୍ଥା! ଉପାଧ୍ୟକ୍ଷ ଓ କାଉନସିଲରଙ୍କ ଅସନ୍ତୋଷ

ଛତ୍ରପୁର,୧୫ା୧୧(ଦିଲ୍ଲୀପି ସାମଲ ): ଛତ୍ରପୁର ପୌରପରିଷଦରେ ଦିନକୁ ଦିନ ପ୍ରଶାସନିକ ଅବ୍ୟବସ୍ଥା ବୃଦ୍ଧି ପାଉଥିବା ବେଳେ ସରକାରୀ ଅର୍ଥର ବିନିଯୋଗକୁ ନେଇ ଉଠିଛି ସାଂଘାତିକ ପ୍ରଶ୍ନ ।…

ହାତୀପଲରୁ ଅଲଗା ହୋଇଥିବା ଅସୁସ୍ଥ ଛୁଆ ହାତୀର ମୃତ୍ୟୁ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବନ ବିଭାଗ ଅଧୀନ ଭାଲେରି ପାହାଡ଼ରେ ହାତୀପଲରୁ ଅଲଗା ହୋଇଯାଇଥିଲା ଛୁଆ ହାତୀର ରବିବାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍‌ ଡ୍ରାମା! ମାଇକ୍‌ ଫିଙ୍ଗିଲେ, ଚେୟାର…

ନୂଆଦିଲ୍ଲୀ,୧୫ା୧୧: ଉତ୍ତରାଖଣ୍ଡରେ ଜଣେ କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍‌ ଡ୍ରାମାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି । ପିଥୋରାଗଡ଼ରେ ଆୟୋଜିତ ଜୌଲଜୀବୀ ମେଳାର ମଞ୍ଚରେ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?