ମହିଳା ସୁରକ୍ଷା ନେଇ ଜିଲା ଓକିଲ ସଂଘର ଏସ୍‌ପିଙ୍କୁ ଦାବିପତ୍ର

କେନ୍ଦୁଝର,୨୦ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ଆଇନଶୃଙ୍ଖଳା ସୁଧାରିବା ପାଇଁ ଜିଲା ଓକିଲ ସଂଘ ପକ୍ଷରୁ ଏସ୍‌ପିଙ୍କୁ ଦାବିପତ୍ର ଦିଆଯାଇଛି। ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତଙ୍କ ନେତୃତ୍ୱରେ ସଂଘର କାର୍ଯ୍ୟକର୍ତ୍ତା ଓ ସଦସ୍ୟାମାନେ ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଲକରଙ୍କୁ ଭେଟି ପଣ୍ଡାପଡ଼ା ଥାନା ଅଧୀନରେ ଘଟିଥିବା ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଜଣଙ୍କୁ ଗିରଫ କରିଥିବା ନେଇ ପୁଷ୍ପଗୁଚ୍ଛ ଦେଇ ଧନ୍ୟବାଦ ପ୍ରଦାନ କରି ଆଲୋଚନା କରିଥିଲେ। ବିଶେଷକରି ଉକ୍ତ ଘଟଣାର ତଦନ୍ତ ଶୀଘ୍ର ସାରି ଚାର୍ଜଶିଟ୍‌ ଦାଖଲ କରିବା ପାଇଁ ପଣ୍ଡାପଡ଼ା ଥାନାଧିକାରୀ ଆଦେଶ କରି ଦୋଷୀମାନେ କିପରି ଦଣ୍ଡ ପାଇବେ ଓ ଏହାର ବିଚାର ଫାଷ୍ଟ ଟ୍ରାକ୍‌ ସତନ୍ତ୍ର କୋର୍ଟରେ ତ୍ୱରାନିତ ହେବ ସେ ନେଇ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ। ଆଗକୁ ରଥ ଯାତ୍ରା ଥିବାରୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ସହର ତଥା ସହର ଲାଗିଥିବା ଗ୍ରାମାଞ୍ଚଳ ତଥା ପର୍ଯ୍ୟଟନସ୍ଥଳୀରେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ପାଟ୍ରୋଲିଂ ବ୍ୟବସ୍ଥା ତ୍ୱରାନିତ କରିବା ପାଇଁ ଉପସଭାପତି ଭାରତ ଭୂଷଣ ଦାସ ଦାବି କରିଥିଲେ। ସେହିପରି ଏହା ମୁଖ୍ୟମନ୍ତ୍ରୀଙ୍କ ଜିଲା ହୋଇଥିବାରୁ ନାରୀମାନଙ୍କ ପ୍ରତି ଅଧିକ ସୁରକ୍ଷା ଦେବା ସହ ଏକ ହେଲ୍ପଲାଇନ୍‌ ସେବା ବ୍ୟବସ୍ଥା ଜାରି କରିବା ପାଇଁ ଦାବି କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ସଭାପତି ଆଲୋକ ମହାନ୍ତ, ଉପସଭାପତି ଭାରତ ଭୂଷଣ ଦାସ, ସମ୍ପାଦକ ଅକ୍ଷୟ କୁମାର ଜେନା, ଯୁଗ୍ମ ସଂପାଦକ ହୁସେନ ଉଦିନ, କାର୍ଯ୍ୟକାରୀ ସଦସ୍ୟ ସୁବ୍ରତ କୁମାର ସେଠୀ, ଅର୍ଚ୍ଚନା ଦାସଙ୍କ ସମେତ ବହୁ ସଦସ୍ୟସଦସ୍ୟା ଉପସ୍ଥିତ ଥିଲେ। ଏସ୍‌ପି କେନ୍ଦୁଝର ସେମାନଙ୍କ ପୁଷ୍ପଗୁଚ୍ଛ ଗ୍ରହଣ କରିବା ସହ ଦାବି ଉପରେ ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri