ମହିଳା ସୁରକ୍ଷା ନେଇ ଜିଲା ଓକିଲ ସଂଘର ଏସ୍‌ପିଙ୍କୁ ଦାବିପତ୍ର

କେନ୍ଦୁଝର,୨୦ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ଆଇନଶୃଙ୍ଖଳା ସୁଧାରିବା ପାଇଁ ଜିଲା ଓକିଲ ସଂଘ ପକ୍ଷରୁ ଏସ୍‌ପିଙ୍କୁ ଦାବିପତ୍ର ଦିଆଯାଇଛି। ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତଙ୍କ ନେତୃତ୍ୱରେ ସଂଘର କାର୍ଯ୍ୟକର୍ତ୍ତା ଓ ସଦସ୍ୟାମାନେ ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଲକରଙ୍କୁ ଭେଟି ପଣ୍ଡାପଡ଼ା ଥାନା ଅଧୀନରେ ଘଟିଥିବା ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଜଣଙ୍କୁ ଗିରଫ କରିଥିବା ନେଇ ପୁଷ୍ପଗୁଚ୍ଛ ଦେଇ ଧନ୍ୟବାଦ ପ୍ରଦାନ କରି ଆଲୋଚନା କରିଥିଲେ। ବିଶେଷକରି ଉକ୍ତ ଘଟଣାର ତଦନ୍ତ ଶୀଘ୍ର ସାରି ଚାର୍ଜଶିଟ୍‌ ଦାଖଲ କରିବା ପାଇଁ ପଣ୍ଡାପଡ଼ା ଥାନାଧିକାରୀ ଆଦେଶ କରି ଦୋଷୀମାନେ କିପରି ଦଣ୍ଡ ପାଇବେ ଓ ଏହାର ବିଚାର ଫାଷ୍ଟ ଟ୍ରାକ୍‌ ସତନ୍ତ୍ର କୋର୍ଟରେ ତ୍ୱରାନିତ ହେବ ସେ ନେଇ ପଦକ୍ଷେପ ନେବା ପାଇଁ ଦାବି କରିଥିଲେ। ଆଗକୁ ରଥ ଯାତ୍ରା ଥିବାରୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ସହର ତଥା ସହର ଲାଗିଥିବା ଗ୍ରାମାଞ୍ଚଳ ତଥା ପର୍ଯ୍ୟଟନସ୍ଥଳୀରେ ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ପାଟ୍ରୋଲିଂ ବ୍ୟବସ୍ଥା ତ୍ୱରାନିତ କରିବା ପାଇଁ ଉପସଭାପତି ଭାରତ ଭୂଷଣ ଦାସ ଦାବି କରିଥିଲେ। ସେହିପରି ଏହା ମୁଖ୍ୟମନ୍ତ୍ରୀଙ୍କ ଜିଲା ହୋଇଥିବାରୁ ନାରୀମାନଙ୍କ ପ୍ରତି ଅଧିକ ସୁରକ୍ଷା ଦେବା ସହ ଏକ ହେଲ୍ପଲାଇନ୍‌ ସେବା ବ୍ୟବସ୍ଥା ଜାରି କରିବା ପାଇଁ ଦାବି କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ସଭାପତି ଆଲୋକ ମହାନ୍ତ, ଉପସଭାପତି ଭାରତ ଭୂଷଣ ଦାସ, ସମ୍ପାଦକ ଅକ୍ଷୟ କୁମାର ଜେନା, ଯୁଗ୍ମ ସଂପାଦକ ହୁସେନ ଉଦିନ, କାର୍ଯ୍ୟକାରୀ ସଦସ୍ୟ ସୁବ୍ରତ କୁମାର ସେଠୀ, ଅର୍ଚ୍ଚନା ଦାସଙ୍କ ସମେତ ବହୁ ସଦସ୍ୟସଦସ୍ୟା ଉପସ୍ଥିତ ଥିଲେ। ଏସ୍‌ପି କେନ୍ଦୁଝର ସେମାନଙ୍କ ପୁଷ୍ପଗୁଚ୍ଛ ଗ୍ରହଣ କରିବା ସହ ଦାବି ଉପରେ ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri