ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କ ବିୟୋଗରେ ଜିଲା ଭାଜପାର ଶୋକ

ଅନୁଗୋଳ,୧୭।୩(ମାନସ ବିଶ୍ୱାଳ): ନୂଆଦିଲ୍ଲୀଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଏବଂ ସମାଜସେବୀ ଥିଲେ।

୧୯୪୧ ଜୁଲାଇ ୧୬ରେ ସେ ଜନ୍ମ ଗ୍ରହଣ କରିଥିଲେ। କଣିହାଁ ଓ ତାଳଚେରରୁ ପ୍ରାଥମିକ ଓ ହାଇସ୍କୁଲ ଶିକ୍ଷା ପରେ ଅନୁଗୋଳ କଲେଜରୁ ଉଚ୍ଚଶିକ୍ଷା ହାସଲ କରିଥିଲେ। ୧୯୬୬ରେ କଟକ ଏସ୍‌ସିବି ମେଡିକାଲ କଲେଜରୁ ଏମ୍‌ବିବିଏସ୍‌ ସେ ଡିଗ୍ରୀ ହାସଲ କରିଥିଲେ। ପରେ ତାଳଚେର ଡେରାରେ ମେଡିକାଲ ଅଫିସର ଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ ।

୧୯୭୩ରେ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ପରେ ସେ ୧୯୮୦ରେ ଭାଜପାରେ ଯୋଗ ଦେଇଥିଲେ। ୧୯୮୦ରୁ ୮୩ ପର୍ଯ୍ୟନ୍ତ ସେ ଭାଜପା ତାଳଚେର ମଣ୍ଡଳର ସଭାପତି ଥିଲେ। ୧୯୮୩ରେ ଢେଙ୍କାନାଳ ଜିଲା ଭାଜପା ସଭାପତି ହୋଇଥିଲେ । ୧୯୮୪ରେ ଦେବଗଡ଼ ଆସନରୁ ଭାଜପାର ଏମ୍‌ପି ପ୍ରାର୍ଥୀ ଭାବେ ସେ ନିର୍ବାଚନ ଲଢିଥିଲେ । ୧୯୮୮ରେ ସେ ଭାଜପାର ରାଜ୍ୟ ସଭାପତି ହୋଇଥିଲେ। ୧୯୯୭ରେ ଭାଜପା ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ହୋଇଥିଲେ।

୧୯୯୮ରେ ସେ ଦେବଗଡ଼ ଲୋକସଭା ଆସନରୁ ନିର୍ବାଚିତ ହୋଇ କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ୧୯୯୯ରେ ପୁଣି ଦେବଗଡ଼ ଆସନରୁ ଏମ୍‌ପି ଭାବେ ନିବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ୨୦୦୧ରେ ସେ ଭାଜପାର ଜାତୀୟ ଉପ ସଭାପତି ହୋଇଥିଲେ। ୨୦୦୨ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିଥିଲେ।

କେନ୍ଦ୍ରମନ୍ତ୍ରୀ ଥିବା ସମୟରେ ସେ ଓଡ଼ିଶାର ଜାତୀୟ ରାଜପଥକୁ ଦୁଇଗୁଣିତ କରାଇଥିଲେ। ସେଥିପାଇଁ ତାଙ୍କୁ ଓଡ଼ିଶା ବିଧାନସଭାରେ ଦଳମତ ନିର୍ବିଶେଷରେ ସ୍ବତନ୍ତ୍ର ଭାବେ ପ୍ରସ୍ତାବ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ତାଙ୍କ ବିୟୋଗରେ ଅନୁଗୋଳ ଜିଲା ଭାଜପା ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଢେଙ୍କାନାଳ ଏମ୍‌ପି ରୁଦ୍ର ନାରାୟଣ ପାଣି, ଅନୁଗୋଳ ଜିଲା ସଭାପତି ଯଯାତି ପଟ୍ଟନାୟକ, ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଅଶୋକ ମହାନ୍ତି, ଅଗସ୍ତି ବେହେରା, ବରିଷ୍ଠ ଭାଜପା ନେତା କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଞ୍ଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ପ୍ରାକ୍ତନ ଜିଲା ସଭାପତି ଦିଲେଶର ପ୍ରଧାନ, ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?