ଜିଲାସ୍ତରୀୟ ଶିଶୁ, କିଶୋର ଶ୍ରମିକ ସର୍ବେକ୍ଷଣ

ଦେବଗଡ, ୧୧।୧୨(ଡି.ଏନ.ଏ)-ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ନିୟମ ଅନୁଯାୟୀ ଦେବଗଡ ଜିଲାରେ ୬ ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ଶ୍ରମିକ ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପର ଅଧ୍ୟକ୍ଷ-ତଥା ଜିଲାପାଳ ସୁଧାଂଶୁ ମୋହନ ସାମଲ ନିର୍ଦ୍ଦେଶ ଦେଇଛନ୍ତି । ଜିଲାର ଅଙ୍ଗନଓ୍ବାଡି କର୍ମୀମାନେ ଏହି ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ପ୍ରକଳ୍ପ ସମିତି ଦ୍ୱାରାସ୍ଥିର କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲାର ସମସ୍ତ ସିଡିପିଓ ଓ ସୁପରଭାଇଜରଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବୁଧବାର ସ୍ଥାନୀୟ ମିଶନ ଶକ୍ତିଭବନରେ ଆୟୋଜିତ ହୋଇଯାଇଛି। ଜିଲା ସମାଜ ମଙ୍ଗଳ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ୱାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଡିଭିଜନାଲ ଶ୍ରମ କମିଶନର ପ୍ରସନ୍ନ କୁମାର ସିଂହ ଯୋଗ ଦେଇ ସର୍ବେକ୍ଷଣ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ପ୍ରକଳ୍ପର ପ୍ରୋଗ୍ରାମ ମ୍ୟାନେଜର ଡ.ସମୀରକୁମାର ନନ୍ଦ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଭାରତ ସରକାରଙ୍କ ନିୟମାନୁଯାୟୀ ପ୍ରତ୍ୟେକ ତିନି ବର୍ଷରେ ଥରେ ଜିଲାରେ ୬ ରୁ ୧୮ ବର୍ଷର ଶିଶୁ ଓ କିଶୋର ଶ୍ରମିକମାନଙ୍କୁ ଚିହ୍ନଟ କରାଯାଇ ସର୍ବଶିକ୍ଷା ଅଭିଯାନ ଓ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପ ସ୍ବତନ୍ତ୍ର ପ୍ରଶିକ୍ଷଣ କେନ୍ଦ୍ର ମାଧ୍ୟମରେ ଥଇଥାନ କର ଶିକ୍ଷାର ମୂଖ୍ୟସ୍ରୋତରେ ସାମିଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri