ଜିଲା ଶିଶୁ ସୁରକ୍ଷା ଅଧିକାରୀ ବହିଷ୍କୃତ

ବାଲେଶ୍ୱର ଅଫିସ, ୧୦ା୨:ବାଲେଶ୍ୱର ସହର ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ନିକଟସ୍ଥ ଉତ୍କଳ ବାଳାଶ୍ରମରେ ଆର୍ଥିକ ଅନିୟମିତତା ଅଭିଯୋଗରେ ଦାୟିତ୍ୱରେ ଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଯୁବକ ମାଝିଙ୍କୁ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଚାକିରିରୁ ବହିଷ୍କୃତ କରିଛନ୍ତି। ଏହି ନିର୍ଦ୍ଦେଶ ପାଇବା ପରେ ଜିଲାପାଳଙ୍କ ଅଫିସ୍‌ରୁ ଇମେଲ୍‌ ଯୋଗେ ଡିସିପିଓ ମାଝିଙ୍କୁ ହସ୍ତାନ୍ତର କରାଯାଇଥିବା ଅତିରିକ୍ତ ଜିଲାପାଳ ନୀଲୁ ମହାପାତ୍ର ସୂଚନା ଦେଇଛନ୍ତି।
ଉତ୍କଳ ବାଳାଶ୍ରମରେ ବ୍ୟାପକ ହେରଫେର ଓ ଆର୍ଥିକ ଅନିୟମିତତା ବାବଦରେ ଆଇନଜୀବୀ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଅଭିଯୋଗକ୍ରମେ ତଦନ୍ତ ପରେ ଦାୟିତ୍ୱରେ ଥିବା ଡିସିପିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ ହୋଇଥିଲା। ଡିସିପିଓ ମାଝି ବାଳାଶ୍ରମର ସୁପରିଣ୍ଟେଣ୍ଡେଣ୍ଟ ଦାୟିତ୍ୱରେ ଥିବା ସମୟରେ ଟେଣ୍ଡରଠାରୁ ଅଧିକ ମୂଲ୍ୟରେ ସାମଗ୍ରୀ ଯୋଗାଣ ବାବଦ ବିଲ୍‌ ପୈଠ ହେବା, ୨୦୧୭ରୁ ୨୦୨୦-୨୧ ଆର୍ଥିକ ବର୍ଷ ମଧ୍ୟରେ ଉତ୍କଳ ବାଳାଶ୍ରମକୁ ଯୋଗାଉଥିବା ଖାଦ୍ୟ ସାମଗ୍ରୀ ଓ ଅନ୍ୟାନ୍ୟ କିଛି ଦ୍ରବ୍ୟ ବାବଦ ବିଲ୍‌ରେ ବ୍ୟାପକ ଅନିୟମିତତା, ୨୦୨୦ରେ ବାଳାଶ୍ରମ ଆକାଉଣ୍ଟରୁ ୮୬ହଜାର ଟଙ୍କା ଅନ୍ୟଜଣଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହେବା ଏବଂ ଟେଣ୍ଡରଠାରୁ ଅଧିକ ମୂଲ୍ୟରେ ରିଫାଇନ ତେଲ କ୍ରୟ, ବେଡ଼ସିଟ୍‌, ତକିଆ ଖୋଳ, କମ୍ବଳ ଟେଣ୍ଡରଠାରୁ ଅଧିକ ମୂଲ୍ୟରେ କ୍ରୟ ଆଦିର ଅଭିଯୋଗ ହୋଇଥିଲା। ଏହି ଅଭିଯୋଗର ତଦନ୍ତ ଅତିରିକ୍ତ ଜିଲାପାଳ କରିବା ପରେ କିଛି ଅନିୟମିତତା ହୋଇଥିବା ପ୍ରମାଣ ମିଳିଥିଲା। ଜିଲାପାଳଙ୍କୁ ଅବଗତ ପରେ ରିପୋର୍ଟ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗକୁ ପଠାଯାଇଥିଲା। ଉକ୍ତ ରିପୋର୍ଟ ଅନୁଯାୟୀ ବିଭାଗୀୟ ଅତିରିକ୍ତ ସଚିବ ମାଝିଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri