ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା ବିଛେଇ ହୋଇ ପଡିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘବର୍ଷ ହେଲା ଦାବି ହୋଇ ଆସୁଥିଲେ ହେଁ ଏଥିପ୍ରତି ଧ୍ୟାନ ଦିଆଯାଉନାହିଁ। କିଛି ଦିନତଳେ ଏହି ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ଓ ଜଲା ଆଦିବାସୀ କଲ୍ୟାଣ ସଂଘ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ ଘେରାଉ କରିଥିଲେ। ବୁଧବାର ଜିଲାପାଳ ହେମକାନ୍ତ ସାଏ ଘଟଣାସ୍ଥଳକୁ ଯାଇ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଶୀଘ୍ର ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ପକ୍ଷରୁ ଶୀଘ୍ର ଟଙ୍କା ମଞ୍ଜୁର କରି ବର୍ଷାଋତୁ ପୂର୍ବରୁ ରାସ୍ତା କାମ ଆରମ୍ଭ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ା ଜିଲାପାଳଙ୍କ କ୍ଷେତ୍ର ଅନୁଧ୍ୟାନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ, ଜେଇଙ୍କ ସହ ଜିଲା ପରିଷଦ ସଦସ୍ୟ ଭାନୁପ୍ରତାପ ସିଂ ମାଝି, ବିହାରି ବିଶ୍ୱାଳ, ବାଳକୃଷ୍ନ ଶବର, ଭକ୍ତବନ୍ଧୁ ଧରୁଆ, ଜୟାନନ୍ଦ ମାଝି ପ୍ରମୁଖ ଉପସ୍ଥିତ ଥିଲେ ା ସୂଚନାଯୋଗ୍ୟ ଯେ, ୩୫୩ ନମ୍ବର ଜାତୀୟ ରାଜପଥ ଟାନୱାଟ ଛକଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପ୍ରାୟ ୧୪ କିଲୋମିଟର ଜଙ୍ଗଲ ଓ ପାହାଡିଆ ରାସ୍ତା ଖାଲଖମାରେ ଭରି ଯାଇଛି। ଏହି ରାସ୍ତା ସୁନାବେଡାକୁ ମଧ୍ୟ ସଂଯୋଗ କରୁଛି ା ଲୋକେ ନୂଆପଡା ଦେଇ ସୁନାବେଡା ଗଲେ ଏହି ରାସ୍ତା ଦେଇ ଯାଇଥାନ୍ତି ା ରାସ୍ତା ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆ ଯାଉଥିବା ଜାଣିଲଶ ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri