ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା ବିଛେଇ ହୋଇ ପଡିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘବର୍ଷ ହେଲା ଦାବି ହୋଇ ଆସୁଥିଲେ ହେଁ ଏଥିପ୍ରତି ଧ୍ୟାନ ଦିଆଯାଉନାହିଁ। କିଛି ଦିନତଳେ ଏହି ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ଓ ଜଲା ଆଦିବାସୀ କଲ୍ୟାଣ ସଂଘ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ ଘେରାଉ କରିଥିଲେ। ବୁଧବାର ଜିଲାପାଳ ହେମକାନ୍ତ ସାଏ ଘଟଣାସ୍ଥଳକୁ ଯାଇ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଶୀଘ୍ର ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ପକ୍ଷରୁ ଶୀଘ୍ର ଟଙ୍କା ମଞ୍ଜୁର କରି ବର୍ଷାଋତୁ ପୂର୍ବରୁ ରାସ୍ତା କାମ ଆରମ୍ଭ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ା ଜିଲାପାଳଙ୍କ କ୍ଷେତ୍ର ଅନୁଧ୍ୟାନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ, ଜେଇଙ୍କ ସହ ଜିଲା ପରିଷଦ ସଦସ୍ୟ ଭାନୁପ୍ରତାପ ସିଂ ମାଝି, ବିହାରି ବିଶ୍ୱାଳ, ବାଳକୃଷ୍ନ ଶବର, ଭକ୍ତବନ୍ଧୁ ଧରୁଆ, ଜୟାନନ୍ଦ ମାଝି ପ୍ରମୁଖ ଉପସ୍ଥିତ ଥିଲେ ା ସୂଚନାଯୋଗ୍ୟ ଯେ, ୩୫୩ ନମ୍ବର ଜାତୀୟ ରାଜପଥ ଟାନୱାଟ ଛକଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପ୍ରାୟ ୧୪ କିଲୋମିଟର ଜଙ୍ଗଲ ଓ ପାହାଡିଆ ରାସ୍ତା ଖାଲଖମାରେ ଭରି ଯାଇଛି। ଏହି ରାସ୍ତା ସୁନାବେଡାକୁ ମଧ୍ୟ ସଂଯୋଗ କରୁଛି ା ଲୋକେ ନୂଆପଡା ଦେଇ ସୁନାବେଡା ଗଲେ ଏହି ରାସ୍ତା ଦେଇ ଯାଇଥାନ୍ତି ା ରାସ୍ତା ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆ ଯାଉଥିବା ଜାଣିଲଶ ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?