ବିଭିନ୍ନ ପ୍ରକଳ୍ପ ବୁଲିଲେ ଜିଲାପାଳ: ଶୁଣିଲେ ଲୋକଙ୍କ ଅଭିଯୋଗ

ଦାରିଙ୍ଗବାଡ଼ିି,୧୮।୯(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ବ୍ଲକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପୂର୍ବାହ୍ନ ୧୦ଟାରେ ଦାରିଙ୍ଗବାଡି ପହଞ୍ଚି ପ୍ରଥମେ ଇକୋ ରିଟ୍ରିଟ ସ୍ଥଳ ବୁଲି ଦେଖିଥିଲେ। ଆସନ୍ତା ଡିସେମ୍ବରରୁ ଇକୋରିଟ୍ରିଟ ଆରମ୍ଭ ହେବ। ଏନେଇ ପୁନଶ୍ଚ ମରାମତି ଏବଂ ଆବଶ୍ୟକ କାର୍ଯ୍ୟ କରିିବାକୁ ବିଡ଼ିଓ ଗଦାଧର ପାତ୍ର ଏବଂ ସହକାରୀ ର୍ନିବାହୀ ଯନ୍ତ୍ରୀ ଶିଶିର ପାତ୍ରଙ୍କ ସହ ଆଲୋଚନା କରିଥିଲେ।

ପରେ ଜିଲାପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରିକରଣ କାର୍ଯ୍ୟ ବୁଲି ଦେଖିବା ସହ ମୁଖ୍ୟଫାଟକ ଏବଂ ଅନ୍ୟାନ୍ୟ କାର୍ଯ୍ୟକୁ ତୋରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ କଫି ବଗିଚା ଯାଇ କେଫେ ନିର୍ମାଣ କାର୍ଯ୍ୟ ସହ ଶିଶୁ ଉଦ୍ୟାନ କାର୍ଯ୍ୟ ବୁଲି ଦେଖିଥିଲେ। କାମକୁ ଚଳିତ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜନ ଶୁଣାଣି କାର୍ଯ୍ୟରେ ଯୋଗଦେଇ ଜିଲାପାଳ ୫୬ଟି ଅଭିଯୋଗ ଶୁଣିଥିଲେ। ସେଥିରେ ୩୭ଟି ସାମୁହିକ, ୧୯ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ସେଥିରେ ଜମି ବିବାଦ, ପାନୀୟ ଜଳ, ରାସ୍ତାଘାଟ ସମସ୍ୟା, ବ୍ରାହ୍ମଣୀଗାଁର ଜଣେ ସଫଳ ଚାଷୀ ମାରିୟାନ ଉଠାଣସିଂଙ୍କ ଉଦ୍ୟାନକୁ କେହି ଦୁର୍ବୁତ୍ତ ନିଆଁ ଲଗାଇ ପୋଡିଦେଇଥିବା ଅଭିଯୋଗ ହୋଇଥିଲା।

ହାତୀମୁଣ୍ଡା ପଞ୍ଚାୟତ କସପାଙ୍କାଠାରୁ ଋଷିମାଳ ପାହାଡ଼ ପର୍ଯ୍ୟନ୍ତ ୧୭ କି.ମି. ରାସ୍ତା ୧୭ କୋଟି ଯଙ୍କା ବିନିମୟରେ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ତେବେ ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଥିଲା। ଏପରି କି ଦାୟିତ୍ୱରେ ଥିବା ଅଧିକାରୀ କାର୍ଯ୍ୟ ତଦାରଖ କରୁ ନ ଥିବା ସ୍ଥାନୀୟ ଲୋକେ ଜିଲାପାଳଙ୍କୁ ଜଣାଇଥିଲେ।

ଏହି ଅବସରରେ ୨ଜଣ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏଁ ଅନୁଦାନ ପ୍ରଦାନ କରାଯାଇଥିଲା। ଅଭିଯୋଗ ଶୁଣାଣି ବେଳେ କନ୍ଧମାଳ ଏସ୍‌ପି ଶୁଭେନ୍ଦୁ ପାତ୍ର, ବାଲିଗୁଡ଼ା ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ରଣଜିତ, ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ସିଡିଏମ୍‌ଓ ମନୋଜ ଉପାଧ୍ୟାୟଙ୍କ ସମେତ ଜିଲା ଅଧିକାରୀ ଉପସ୍ଥିତ ଥିଲେ। ଦାରିଙ୍ଗବାଡି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର, ସବ୍‌-ଇନ୍ସପେକ୍ଟର ଜିତେନ୍ଦ୍ର ବେହେରା, ଏଏସ୍‌ଆଇ ଶ୍ରୀନିବାସ ରାଓ ପ୍ରମୁଖ ଆଇନଶୃଙ୍ଖଳାର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri