୨୫ ତାରିଖରେ ମତଦାନ କରିବାକୁ ଜିଲାପାଳଙ୍କ ନିବେଦନ

ଭୁବନେଶ୍ୱର,୨୩ା୫(ଅସମାପିକା ସାହୁ): ଖୋର୍ଦ୍ଧା ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ୍‌ ଗ୍ରହଣ ହେବ। ଭାରତର ଶ୍ରେଷ୍ଠ ଗଣତାନ୍ତ୍ରିକ ବ୍ୟବସ୍ଥା ଏବଂ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ମତଦାନ କରିବାର ଅଧିକାର ପ୍ରଦାନ କରିଛି। ଅନେକ ସଂଗ୍ରାମ ପରେ ଏ ଦେଶ ସ୍ବାଧୀନତା ହାସଲ କରିଥିଲା ଓ ଅନେକ ବୀରବିପ୍ଳବୀମାନଙ୍କ ତ୍ୟାଗ ଏବଂ ଶ୍ରେଷ୍ଠ ଗଣତାନ୍ତ୍ରିକ ପରମ୍ପରାର ସମ୍ମାନ ବଜାୟ ରଖିବା ନିମନ୍ତେ ମତଦାନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା ଜିଲାବାସୀଙ୍କୁ ନିବେଦନ କରିଛନ୍ତି। ଭୋଟରମାନେ ଭୋଟର ହେଲ୍‌ପଲାଇନ ଆପ୍‌ ମାଧ୍ୟମରେ ଭୋଟର ତାଲିକାରେ ଥିବା ନିଜର କ୍ରମିକ ଓ ଭାଗ ସଂଖ୍ୟା ଜାଣିବାର ସୁବିଧା ରହିଛି । ସେହିଭଳି ଜିଲାର ମତଦାତାମାନେ ‘ମୋ ବୁଥ୍‌’ ଆପ ମାଧ୍ୟମରେ ବୁଥ୍‌ର ଅବସ୍ଥିତି, ସେଠାକୁ ଯିବା ପାଇଁ ମାର୍ଗ ଏବଂ ସମାନ ସମୟ ମଧ୍ୟରେ ଧାଡ଼ିରେ ଛିଡ଼ା ହୋଇଥିବା ମତଦାତାଙ୍କ ସଂଖ୍ୟା ଜାଣିପାରିବେ। ଏତଦ୍‌ବତୀତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମତଦାନ କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ, ସର୍ବତ, ପ୍ରତୀକ୍ଷା ଗୃହ, ଶୌଚାଳୟ, ଦିବ୍ୟାଙ୍ଗ ବନ୍ଧୁମାନଙ୍କ ପାଇଁ ହୁଇଲ ଚେୟାର, ବୟସ୍କମାନଙ୍କ ପାଇଁ ଚେୟାରର ବ୍ୟବସ୍ଥା କରାଯାଇଥିବା ଜିଲାପାଳ ଭିଡିଓ ବାର୍ତ୍ତା ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତ।
ଏହି ନିର୍ବାଚନ ନିମନ୍ତେ ଜିଲାରେ ଗତ ଦୁଇବର୍ଷ ଧରି ପ୍ରସ୍ତୁତି ଜାରି ରହିଛି ଏବଂ ଚଳିତ ସାଧାରଣ ନିର୍ବାଚନ ପାଇଁ ପ୍ରାୟ ୧୫ ହଜାର ପୋଲିଂ ଅଧିକାରୀ ନିୟୋଜିତ ହୋଇଛନ୍ତି। ଜିଲାର ୧୯୨୩ଟି ବୁଥ୍‌ ମଧ୍ୟରୁ ୫୨୫ଟି କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ସଖୀ ବୁଥ୍‌, ୮ଟି ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ଯୁବ ଅଧିକାରୀମାନଙ୍କ ଦ୍ୱାରା ପରିଚାଳିତ ୪୦ଟି ଯୁବ ବୁଥ୍‌ ଥିବାବେଳେ ୩୮୪ଟି ଆଦର୍ଶ ଓ ଇକୋ-ଫ୍ରେଣ୍ଡଲି ବୁଥ୍‌ ରହିଛି। ବିଗତ ନିର୍ବାଚନରେ ଭୁବନେଶ୍ୱରରେ ନିମ୍ନ ମତଦାନ ହାର ଯୋଗୁ ଖୋର୍ଦ୍ଧା ଜିଲାରେ ମତଦାନ ହାର କମ୍‌ ରହିଥିଲା। ଜିଲାବାସୀ ନିଜର, ନିଜ ପରିବାରର ଏବଂ ଦେଶର ଭବିଷ୍ୟତ ପାଇଁ ଭୋଟ୍‌ ଦେବାକୁ ଆଗେଇ ଆସିବାକୁ ସେ ପରାମର୍ଶ ଦେଇଥିଲେ। ନିଜର ପରିବାର, ପ ଓ ସାଙ୍ଗସାଥୀମାନଙ୍କୁ ସାଥୀରେ ଧରି ଆସନ୍ତା ୨୫ ତାରିଖରେ ମତଦାନ କରିବାକୁ ଭୋଟର୍‌ମାନଙ୍କୁ ସେ ନିବେଦନ କରିଛନ୍ତି । ଜାତି, ଧର୍ମ, ବର୍ଣ୍ଣରୁ ଊର୍ଦ୍ଧ୍ୱରେ ରହି କୌଣସି ଭୟ, ଲୋଭ କିମ୍ବା ଚାପର ବଶବର୍ତ୍ତୀ ନହୋଇ ନିଜ ଦେଶ ଓ ସମ୍ବିଧାନର ସମ୍ମାନ ପାଇଁ ନିଜର ଶ୍ରେଷ୍ଠ ଅଧିକାର ମତଦାନ କରିବାକୁ ଜିଲାପାଳ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?