ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ ହୋଟେଲରେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଶରତଙ୍କୁ ଟିକେଟ୍‌ ଦେବା ପାଇଁ ୪୦ ଲକ୍ଷ ଟଙ୍କା ମାଗିଥିବା ଘଟଣାକୁ ନେଇ ଏକ ପତ୍ର ମାଧ୍ୟମରେ ଜିଲା ସଭାପତିଙ୍କୁ ଲିଖିତ ଭାବେ ଶରତ ଜଣାଇବା ସହ ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ସୂଚନା ଦେଇଥିଲେ। ବୁଧବାର ଏହାକୁ ଜିଲା ସଭାପତି ଗୋବିନ୍ଦ ପାତ୍ର ଏକ ଖବରଦାତା ସମ୍ମିଳନୀରେ ଖଣ୍ଡନ କରିବା ସହ ଶରତଙ୍କ ଏପରି ମିଥ୍ୟା ଖବର ଆଦୌ ଗ୍ରହଣୀୟ ନୁହେଁ । ଯେଉଁମାନେ ଦଳୀୟ ଟିକଟ ପାଇବେ, ସେଥିପାଇଁ ୪ ମାସ ପୂର୍ବରୁ ପ୍ରତି ଓ୍ବାର୍ଡ, ପଞ୍ଚାୟତ, ଜିଲାସ୍ତରରେ କେନ୍ଦ୍ର ତରଫରୁ ସର୍ଭେ କରାଯାଇଥିଲା। ତିନୋଟି ପର୍ଯ୍ୟାୟରେ ଏହି ସର୍ଭେ ରିପୋର୍ଟକୁ ଆଧାରକରି ଜାତୀୟ ଏବଂ ରାଜ୍ୟ ନେତୃବୃନ୍ଦ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ ପାଇଁ ମଙ୍ଗୁ ଖିଲଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଶରତ ଟିକେଟ୍‌ ନ ପାଇବାରୁ ଏପରି ଏକ ମିଥ୍ୟା ଅଭିଯୋଗ କରିବା ଦଳର ସମ୍ମାନ ଉପରେ ଆଞ୍ଚ ଆସିଛି। କଂଗ୍ରେସର ସମସ୍ତ କର୍ମୀ ଓ କର୍ମକର୍ତ୍ତାମାନେ ଏହାକୁ ନିନ୍ଦା କରିବା ସହ ଏପରି ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ଏବଂ ଭିତ୍ତିିହୀନ ବୋଲି କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଚିତ୍ରକୋଣ୍ଡା ବିଧାୟକ ପ୍ରାର୍ଥୀ ମଙ୍ଗୁ ଖିଲ, ମାଲକାନଗିରି ପୌର ପରିଷଦ ଦଳୀୟ ସଭାପତି ଜି. ଶ୍ରୀନିବାସ ରାଓ, ପି. କେଶୁ, ପ୍ରାଣକୃଷ୍ଣ ମଣ୍ଡଳ, ପର୍ଶୁରାମ ଭକ୍ତ ଓ ଇସାକ ଖୋସଲା ପ୍ରମୁଖ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri