କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧିନସ୍ଥ ଆମପାଣି କୃଷି ସମବାୟ ସମିତିକୁ ଚାଷି ମାନଙ୍କ ବିଭିନ୍ନ ଗଠନ ମୂଳକ ତଥା ସଫଳ ଯୋଜନା ରୂପାୟନ ପାଇଁ ଜିଲାସ୍ତରୀୟ ସର୍ବଶ୍ରେଷ୍ଠ କୃଷି ସମବାୟ ସମିତି ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କେନ୍ଦ୍ର ସମବାୟ ସମିତିର ଅଧ୍ୟକ୍ଷ ଗିରିଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ସମ୍ମାନିତ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ଡିଆରସିଏସ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଆମପାଣି କୃଷି ସମବାୟ ସମିତିର ଉପ ସଭାନେତ୍ରୀ ତିଲୋତ୍ତମା ନାଏକ, ସମ୍ପାଦକ ବିକାଶ ରଞ୍ଜନ ପଣ୍ଡା, କୃଷି ସମବାୟର ସଦସ୍ୟ ପ୍ରସନ୍ନ ବାରିକ, ସୋନୁ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ମାନପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?