ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେଣ୍ଟ୍ରାଲ ସ୍କିମ୍‌ ଏବଂ ମନରେଗା ଗ୍ରାମୀଣ ଗୃହ, ପାନୀୟ ଜଳ, ଗ୍ରାମ୍ୟଉନ୍ନୟନ, ରାସ୍ତା, ସ୍ବାସ୍ଥ୍ୟ, ଶିକ୍ଷା,ବିଦ୍ୟୁତ୍‌, କୃଷି, ମୃତ୍ତିକା ସଂରକ୍ଷଣ ସମେତ ବିଭିନ୍ନ ବିଭାଗ ଉପରେ ଆଲୋଚନା କରାଯାଇଥିଲା।

ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଜିଲାପରିଷଦର ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଉପାଧ୍ୟକ୍ଷା ଏସ୍‌. ରାଜେଶ୍ୱରୀ ଦୋରା, ବ୍ରହ୍ମପୁର ମହାନଗର ନିଗମର ମେୟର ସଂଘମିତ୍ରା ଦଳାଇ, ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ, ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ଇନଚାର୍ଜ ସିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ଜିଲାପାଳ ସୁନୀଲ କୁମାର କେର୍କଟା ଓ ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ ମଞ୍ଚାସୀନ ଥିଲେ। ଏହି ବୈଠକ ବ୍ଲକ ଅଧ୍ୟକ୍ଷା/ ଅଧ୍ୟକ୍ଷ ସରପଞ୍ଚ ଓ କମିଟିର ସଦସ୍ୟଙ୍କ ସମେତ ଜିଲାର ସମସ୍ତ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ପ୍ରାରମ୍ଭରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ ସ୍ବାଗତ ଭାଷଣ ପ୍ରଦାନ କରିବା ସହିତ ଜିଲାରେ ଚାଲିଥିବା ଉନ୍ନୟନ କାମ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲାପରିଷଦର ଇନ୍‌ଚାର୍ଜ ସିଡିଓ ବିଜୟ କୁମାର ବେହେରା ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri