ଗଛ ନ ଲଗାଇବା ଯୋଗୁ ୧୧ ଜଣ BEOଙ୍କ ଦରମା ବନ୍ଦ କଲେ ଜିଲା ଶିକ୍ଷାଧିକାରୀ

ବଲାଙ୍ଗୀର, ୩୦।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା ଦେଖାଦେଇଛି । ସ୍କୁଲ ମାନଙ୍କରେ ଗଛ ଲଗାଇବା ପାଇଁ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ କାର୍ଯ୍ୟକ୍ରମ ତଦାରଖ କରୁ ନଥିବାରୁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆଗଲପୁର ବିଇଓ ତଥା ଲୋଇସିଂହା ଅତିରିକ୍ତ ଦାୟିତ୍ୱ ଶ୍ୟାମ ମେହେର, ସଇଁନ୍ତଲା ବିଇଓ ତଥା ବଲାଙ୍ଗିର ଅତିରିକ୍ତ ଦାୟିତ୍ୱ ଦିଲୀପ ଯୋଶୀ, ଟିଟିଲାଗଡ଼ ବିଇଓ ଆର୍ତ୍ତତ୍ରାଣ ରଥ, ଦେଓଗାଁ ବିଇଓ ମମତା ମାହାଡ଼ିକଙ୍କ ଦରମା ବନ୍ଦ କରାଯାଇଛି। ସେହିପରି ଗୁଡ଼ଭେଲା ବିଇଓ ନମିତାରାଣୀ ଭୋଇ, ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ଶବର, ମୁରିବାହାଲ ବିଇଓ ଶାନ୍ତନୁ ପଢ଼ିହାରୀ, ତୁରେକେଲା ବିଇଓ ଗୌତମ ପଟେଲ, ବେଲପଡ଼ା ବିଇଓ ତଥା ଖପ୍ରାଖୋଲ ଅତିରିକ୍ତ ଦାୟିତ୍ୱରେ ଥିବା ଅଭିନବ ମିଶ୍ର, ପାଟଣାଗଡ଼ ବିଇଓ ଶଙ୍କର ପ୍ରସାଦ ମାଝୀ ଓ ପୁଇଁନ୍ତଲା ବିଇଓ ରତ୍ନମୟ ପୁରୋହିତଙ୍କ ଦରମା ବନ୍ଦ ପାଇଁ ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଧିକାରୀଙ୍କ ଜୁଲାଇ ମାସର ଦରମା ବନ୍ଦ କରାଯାଇଥିବା ବେଳେ ପରବର୍ତ୍ତୀ ନିର୍ଦ୍ଦେଶ କିମ୍ବା କାର୍ଯ୍ୟକ୍ରମରେ ଶତ ପ୍ରତିଶତ ସଫଳତା ହାସଲ ପରେ ଦରମା ପ୍ରଦାନ କରାଯିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଥିବାରୁ ଏହା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri