ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ସ୍ଥାନାନ୍ତର ହେବା ସାଧାରଣ କଥା ହୋଇଛି। ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ କୌଣସି ସ୍ବତନ୍ତ୍ର ଯୋଜନା ନାହିଁ। ଏପରିକି ଏହି ଜିଲାରେ ୬୪ଟି ଗ୍ରାମ ସୁନାମିପ୍ରବଣ ଚିହ୍ନଟ ହୋଇଥିଲେ ମଧ୍ୟ ଏହାର ପରିଚାଳନା ପାଇଁ ରାଜନେତା, ପ୍ରଶାସକଙ୍କର କୌଣସି ତପତ୍ରତା ଦେଖିବାକୁ ମିଳୁନାହିଁ। ଫଳରେ ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରେ ବହୁ ଧନ ଜୀବନ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ସାମୁଦ୍ରିକ ପ୍ରାଚୀର ଓ ହେନ୍ତାଳ ବଣ ପ୍ରସ୍ତାବ ରହିଥିବା ବେଳେ ତାହା ଘୋଷଣାରେ ସୀମିତ ହୋଇ ରହିଛି।
ଏ ସମ୍ପର୍କରେ ଡା. ପି.ଏନ. ଗୌରାଙ୍ଗ, ପରିବେଶବିତ୍‌ ଅନସୂୟା ସାମଲ, ଲକ୍ଷ୍ମୀଧର ସ୍ବାଇଁ, ସମରେନ୍ଦ୍ର ମାହାଳି ପ୍ରମୁଖ କହିଛନ୍ତି, ୨୦୦୪ ଡିସେମ୍ବରରେ ଇଣ୍ଡୋନେସିଆ ସମେତ ଭାରତର ତାମିଲନାଡୁ, ଆଣ୍ଡାମାନ ନିକୋବର, କେରଳ, ପଣ୍ଡିଚେରୀ ଓ ଆନ୍ଧ୍ର ଉପକୂଳରେ ସୁନାମିର ପ୍ରଭାବ ପଡିଥିଲା। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ପ୍ରଥମ ପଦକ୍ଷେପ ସ୍ବରୂପ ଦେଶବ୍ୟାପୀ ସୁନାମି ପ୍ରବଣ ଅଞ୍ଚଳ ଚିହ୍ନଟ କରାଯାଇଥିଲା। ଓଡ଼ିଶାରେ ଓସ୍‌ଡମା ପକ୍ଷରୁ ଏହି ଚିହ୍ନଟ କାର୍ଯ୍ୟ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲାରେ ସ୍ଥାନୀୟ ଜଙ୍ଗଲ ବିଭାଗ ସହଯୋଗରେ ତଟବର୍ତ୍ତୀ ମହାକାଳପଡ଼ା ଓ ରାଜନଗର ବ୍ଲକ ଅଞ୍ଚଳର ୬୪ ଗ୍ରାମକୁ ସୁନାମିପ୍ରବଣ ବୋଲି ଓସ୍‌ଡମା ଚିହ୍ନଟ କରିଥିଲା। ସୁନାମିର ମୁକାବିଲା ପାଇଁ ତଟାଞ୍ଚଳରେ ସାମୁଦ୍ରିକ ପ୍ରାଚୀର ଓ ହେନ୍ତାଳ ବଣ ସୃଷ୍ଟି କରିବାକୁ ତତ୍କାଳୀନ ସମୟରେ ପ୍ରସ୍ତାବ ରହିଥିବା ବେଳେ ଏହାର କାର୍ଯ୍ୟକାରିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଉପାନ୍ତ ଅଞ୍ଚଳର ପ୍ରାୟ ୨ ଲକ୍ଷ ଅଧିବାସୀ ବନ୍ୟା ଓ ସାମୁଦ୍ରିକ ଝଡ଼ ପରି ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବା ବେଳେ ସୁନାମିକୁ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବହୁ ସମୟରେ ସାମୁଦ୍ରିକ ଝଡ଼ ବେଳେ ସମୁଦ୍ର ଜୁଆର ଜିଲାର ତଟାଞ୍ଚଳ ଡେଇଁ ପ୍ରାୟ ୩ କିଲୋମିଟର ମାଡି ଆସୁଛି। କୌଣସି କାରଣରୁ ସୁନାମି ଆସିଲେ ତଟାଞ୍ଚଳ କ୍ଷୟକ୍ଷତିକୁ ରୋକିବା ସମ୍ଭବ ହେବ ନାହିଁ। ଏହାର ପ୍ରକୋପକୁ କିଛି ମାତ୍ରାରେ ହେନ୍ତାଳବଣ କମ୍‌ କରିପାରେ। ଓଡ଼ିଶାର ତଟବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ତଦାରଖ ପାଇଁ ୨୦୦୬ ମସିହାରେ ଗୋଆ ଜାତୀୟ ସାମୁଦ୍ରିକ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଡ. ଟି. ଜି. ଜଗତାପ, ଡ. ବି.ସି. ଇନଗୋଲିଓ, ଡ. କେ. ମୁସା ପ୍ରମୁଖ କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ଭିତରକନିକା ଗସ୍ତରେ ଆସି ତଟାଞ୍ଚଳରେ ଥିବା ହେନ୍ତାଳ ଜଙ୍ଗଲ ଦେଖିବା ପରେ ଏହା ସାମୁଦ୍ରିକ ପ୍ରାଚୀର ଭାବେ ସର୍ବୋତ୍କୃଷ୍ଟ ବୋଲି ସନ୍ତୋଷ ପ୍ରକାଶ କରିଥିଲେ। ଭିତରକନିକାର ବ୍ୟାପକ ହେନ୍ତାଳ ବଣ ସୁନାମି ପ୍ରଭାବରୁ ମୁକ୍ତ କରିପାରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିବା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତଟବର୍ତ୍ତୀ ସ୍ଥାନରେ ହେନ୍ତାଳବଣ ଓ ଆବଶ୍ୟକ ମୁତାବକ ସୁରକ୍ଷା ପ୍ରାଚୀର କରିବାକୁ ପରାମର୍ଶ ଦେଇଥିଲେ। ଇତିମଧ୍ୟରେ ଏହି ଗସ୍ତକୁ ୨୦ ବର୍ଷ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ଜିଲାର ସୁନାମି ମୁକାବିଲା କେବଳ ୬୪ ଗ୍ରାମ ଚିହ୍ନଟରେ ସୀମିତ ହୋଇଛି। ତଟାଞ୍ଚଳକୁ ହେନ୍ତାଳ ଜଙ୍ଗଲ ପରିପୂର୍ଣ୍ଣ କରି ସୁନାମି ଓ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବାକୁ କୌଣସି ଦୃଢ଼ ପଦକ୍ଷେପ ନିଆଯାଇନାହିଁ। ଅପରପକ୍ଷରେ ତଟାଞ୍ଚଳରେ ଥିବା ହେନ୍ତାଳବଣର ଦ୍ରୁତ ଅବକ୍ଷୟ ହୋଇଛି। ଏହି ତଟକ୍ଷୟ ପାଇଁ ସାତଭାୟାର ୫ ରାଜସ୍ବ ଗ୍ରାମ ଜିଲା ମାନଚିତ୍ରରୁ ନିଶ୍ଚିହ୍ନ ହୋଇଛି। ତଟାଞ୍ଚଳରେ କ୍ରମବଦ୍ଧିଷ୍ଣୁ ଚିଙ୍ଗୁଡ଼ି ଘେରି ତଟଦେଶର ପ୍ରାକୃତିକ ପରିବେଶକୁ ଉଜାଡି ଦେଇଛି। ସୁନାମି ଆତଙ୍କରେ ଆତଙ୍କିତ ଜିଲାର ପ୍ରାୟ ୨ ଲକ୍ଷ ଅଧିବାସୀ ମକ୍‌ଡ୍ରିଲ ଓ ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ ଭରସାରେ ରହିଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ରବୀନ୍ଦ୍ର କୁମାର ମଲ୍ଲିକଙ୍କୁ ପଚାରିବାରେ ହେନ୍ତାଳବଣ ସୃଷ୍ଟିକୁ ଜିଲା ପ୍ରଶାସନ ଅଧିକ ଗୁରୁତ୍ୱ ଦେଇଛି। ପେଣ୍ଠଠାରେ ଜିଓ ସିନ୍ଥେଟିକ ଟିଉବ ୱାଲ ନିର୍ମାଣ ହୋଇଛି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇଁ ସ୍ଥାନୀୟ ଜନସାଧାରଣଙ୍କୁ ସଚେତନ କରାଯାଉଛି ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?